ପାରିବାରିକ କଳିର କରୁଣ ପରିଣତି: ବାପା ଠେଙ୍ଗା ମାଡ଼ରେ ୪ବର୍ଷର ପୁଅ ମୃତ, ସ୍ତ୍ରୀ ଗୁରୁତର

ଯୋଡ଼ା,୩୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ପିଢପୋଖରୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ଯୁବକଙ୍କ ଠେଙ୍ଗା ମାଡ଼ରେ ତାଙ୍କ ୪ବର୍ଷ ପୁଅଙ୍କ ମୃତ୍ୟୁ ଘଟିଛି । ସ୍ତ୍ରୀ ଗୁରୁତର ହୋଇଛନ୍ତି । ପୋଲିସ ଏକ ମାମଲା(ନଂ.୧୨୭/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି । ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଅଭିଯୁକ୍ତ ବାପା ଫେରାର ଅଛନ୍ତି । ପୋଲିସ ତାଙ୍କୁ ଗିରଫ ପାଇଁ ତନାଘନା ଚଳାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ପିଢପୋଖରୀ ଗ୍ରାମରେ ରହୁଥିବା ରାମ ମୁଣ୍ଡାଙ୍କ ସହ ତାଙ୍କ ସ୍ତ୍ରୀ ସରୋଜିନୀଙ୍କ କୌଣସି କାରଣରୁ ରବିବାର ସନ୍ଧ୍ୟାରେ ଝଗଡ଼ା ଲାଗିଥିଲା । ଏହି ପାରିବାରିକ କଳି ଶେଷରେ ଉଗ୍ରରୂପ ଧାରଣ କରିଥିଲାା ଏଥିରେ ଉତ୍‌କ୍ଷିପ୍ତ ହୋଇ ରାମ ଏକ ଠେଙ୍ଗାରେ ସରୋଜିନୀଙ୍କୁ ପିଟି ଚାଲିଥିଲେ ା ସରୋଜିନୀଙ୍କ ଚିତ୍କାର ଶୁଣି ଘରେ ଖେଳୁଥିବା ତାଙ୍କ ୪ ବର୍ଷର ପୁଅ ମା’ଙ୍କ ପାଖକୁ ଦୌଡି ଆସିଥିଲେ । ହେଲେ ରାମଙ୍କ ଠେଙ୍ଗା ମାଡ଼ରୁ ସେ ବର୍ତ୍ତି ପାରି ନ ଥିଲେ। ରାମଙ୍କ ଠେଙ୍ଗା ମାଡ଼ରେ ଉଭୟ ମା’ ଓ ପୁଅ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସୋମବାର ସକାଳେ ପୁଅଙ୍କ ମୃତ୍ୟୁ ଘଟିଥିବା ଥାନା ଅଧିକାରୀ ପରେଶ କୁମାର ମହାନ୍ତି କହିଛନ୍ତି । ସରୋଜିନୀ ସେଠାରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri