ପାହାଡ଼ ଚଢ଼ି ଆଦିବାସୀ ଗାଁରେ ପହଞ୍ଚିଲେ ବିଡିଓ

ଦଶପଲ୍ଲା,୩୧ା୧୦: ଲୋକଙ୍କ ବିଭିନ୍ନ ସମସ୍ୟା ବୁଝିବା ପାଇଁ ରାଜ୍ୟ ସରକାରଙ୍କ ଆହ୍ବାନକ୍ରମେ ଦଶପଲ୍ଲା ବ୍ଲକ ପ୍ରଶାସନ ତରଫରୁ ବିଭିନ୍ନ ଆଦିବାସୀ ବହୁଳ ଗ୍ରାମ ଗସ୍ତ କରାଯାଉଛି। ତେଣୁ ପାହାଡ଼ ଚଢ଼ି ଏବଂ ନାଳ ଅତିକ୍ରମ କରି ସେମାନଙ୍କ ନିକଟତର ହୋଇଛନ୍ତି ବିଡିଓ ଏବଂ ବ୍ଲକ କର୍ମଚାରୀ।
ବୁଧବାର ପୂର୍ବାହ୍ନରେ ଦଶପଲ୍ଲା ବିଡିଓ ଦେବୀ ପ୍ରସାଦ ମହାନ୍ତି ବ୍ଲକ କର୍ମଚାରୀମାନଙ୍କ ସହ ଆଦିବାସୀବହୁଳ ଘଘୁଡିପଡ଼ା ପଞ୍ଚାୟତର ଖଳିଘଟି ଗ୍ରାମ ଗସ୍ତ କରିଥିଲେ। ରାଇମଡ଼ାଠାରେ ଗାଡ଼ି ରହିବା ପରେ ଖଳିଘଟି ଗ୍ରାମକୁ ଯିବା ପାଇଁ ବାହାରିଥିଲେ। ରାସ୍ତାରେ ଥିଲା ପାହାଡ। ୪ କି.ମି.ଯାଏ ପାହାଡିଆ ରାସ୍ତାରେ ଚାଲିବା ଭିତରେ ୪ଟି ନାଳ ଅତିକ୍ରମ କରିଥିଲେ। ଉକ୍ତ ନାଳ ପାହାଡ଼ରୁ ଝର ବାହାରି ପ୍ରବାହିତ ହୋଇଥାଏ। ଗ୍ରାମବାସୀ ପ୍ରତ୍ୟେକ ଦିନ ଏହି ରାସ୍ତା ଦେଇ ଯାତାୟତ କରିଥାନ୍ତି। ବିଡ଼ିଓ ମହାନ୍ତି ଗ୍ରାମରେ ପହଞ୍ଚିବା ମାତ୍ରେ ଜନସାଧାରଣ ଖୁସିରେ ପାଛୋଟି ନେଇଥିଲେ। ଗ୍ରାମର ଜନସାଧାରଣଙ୍କ ସହିତ ଆଲୋଚନା ବେଳେ ଗ୍ରାମବାସୀ ମୁଖ୍ୟ ସମସ୍ୟା ରାସ୍ତା ନେଇ ଅଭିଯୋଗ କରିଥିଲେ। ରାସ୍ତା ନିର୍ମାଣ ହେଲେ ବହୁ ସମସ୍ୟା ଦୂର ହେବ ବୋଲି କହିଥିଲେ। ଉକ୍ତ ରାସ୍ତା ନିର୍ମାଣ ପାଇଁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୨୬ ଲକ୍ଷ ଟଙ୍କା ଦେବା ଲାଗି ବିଡିଓ ପ୍ରତିଶ୍ରୁତି ଦେଇଥିଲେ। ସେହିପରି ଗ୍ରାମରେ ୩ଜଣ ଖାଉଟି କାର୍ଡରୁ ବଞ୍ଚିତ ଅଭିଯୋଗରେ ଶୀଘ୍ର ସେମାନଙ୍କୁ କାର୍ଡ ପ୍ରଦାନ କରିବେ ବୋଲି ବିଡିଓ କହିଥିଲେ।
ଗ୍ରାମରେ ବିଦ୍ୟୁତ୍‌ ନ ଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ। ଗ୍ରାମରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଛି ଅଥଚ ସଂଯୋଗ ହୋଇନାହିଁ। ଆଲୋକ ସୁବିଧା ନିମନ୍ତେ ସୋଲାର ଲାଇଟ୍‌ ବ୍ୟବସ୍ଥା କରିବେ ବୋଲି ବିଡିଓ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରି ବିଡିଓ ଏବଂ ବ୍ଲକ କର୍ମଚାରୀ ସନ୍ଧ୍ୟାରେ ବ୍ଲକ ଅଫିସଠାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri