Advertisement

ପିତାଙ୍କ ପରେ କରୋନାକୁ ହରାଇଲେ ପୁଅ

ଗାଜିଆବାଦ,୨୦।୩: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୨୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୫ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବିଦେଶୀ ନାଗରିକ ରହିଛନ୍ତି। ଏହାରି ଭିତରେ କିଛି ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି। ତେବେ ଭୟରେ ଥିବା ଲୋକେ ଏହି ଖବର ଶୁଣି ସାମାନ୍ୟ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଉତ୍ତରପ୍ରଦେଶର ଗାଜିଆବାଦରେ ଜଣେ କରୋନା ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଉକ୍ତ ବ୍ୟକ୍ତିଙ୍କ ନିକଟରେ କରୋନା ଲକ୍ଷଣ ଦେଖାଦେବାରୁ ଯାଞ୍ଚ କରାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାଙ୍କୁ ହସ୍ପିଟାଲର ଆଇସୋଲେଶନ୍‌ ଓ୍ବାର୍ଡରେ ରଖାଯାଇଥିଲା। ଚିକିତ୍ସା ପରେ ସୁସ୍ଥ ହେବାରୁ ଶୁକ୍ରବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ଗାଜିଆବାଦରେ ଏହା ଦ୍ୱିତୀୟ ମାମଲା ଯେଉଁଠାରେ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ୩ ଦିନ ପୂର୍ବରୁ ଉକ୍ତ ପୀଡ଼ିତଙ୍କ ବାପା ମଧ୍ୟ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share