ପୁଅ ବାହାଘର ଶୋଭାଯାତ୍ରାରେ ବାପାର ଅକାଳ ମୃତ୍ୟୁ

ବାଲୁଗାଁ,୨୧ା୧(ଡ଼ି.ଏନ.ଏ.): ପୁଅ ବାହାଘର ଶୋଭାଯାତ୍ରା ବେଳେ ବାପାର ଅକାଳ ମୃତ୍ୟୁ ଭଳି ଏକ ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି । ମୃତକ ହେଲେ ସ୍ଥାନୀୟ ସରଳାପଦର ଗ୍ରାମର ବିଜୟ ସାହୁ (୫୫)।
ବିଜୟ ସାହୁଙ୍କ ପୁଅ ଅନିଲଙ୍କ ବାହାଘର ପୁରୀ ଜିଲା କାକଟପୁର ନୟାହାଟରେ ରବିବାର ସ୍ଥିର ହୋଇଥିଲା। ଅପରାହ୍ନରେ ବାଣ, ବାଜା, ରୋଶଣୀ ସହ ଗ୍ରାମରେ ଶୋଭାଯାତ୍ରା ପରିକ୍ରମା କରି ବରଯାତ୍ରୀ କାକଟପୁର ଅଭିମୁଖେ ବାହାରିଥିଲେ। ସେଠାରେ କନ୍ୟାଘର ବିବାହ ମଣ୍ଡପ ଅଭିମୁଖେ ବରଯାତ୍ରୀ ଶୋଭାଯାତ୍ରାରେ ଯାଉଥିବା ବେଳେ ସମସ୍ତେ ନାଚଗୀତରେ ମସ୍‌ଗୁଲ ଥିଲେ। ଏହି ସମୟରେ ହଠାତ୍‌ ଅନିଲଙ୍କ ପିତା ବିଜୟ ଅସୁସ୍ଥତା ଅନୁଭବ କରି ଚେତାଶୂନ୍ୟ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କର ଏପରି ଅବସ୍ଥା ଦେଖି ସଙ୍ଗେ ସଙ୍ଗେ ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ଚାରିଛକ ଡାକ୍ତରଖାନାକୁ ନିଆଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେଠାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ବିଳମ୍ବିତ ରାତ୍ରୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବିଜୟଙ୍କର ଏପରି ଅକାଳ ମୃତ୍ୟୁ ଯୋଗୁ ବାହାଘର କାର୍ଯ୍ୟ ସମ୍ପୂର୍ଣ୍ଣ ଫିକା ପଡ଼ିଯାଇଥିଲା । ବିଜୟ ହୃଦ୍‌ ରୋଗରେ ଆକ୍ରାନ୍ତ ଥାଇ ଚିକିତ୍ସିତ ହେଉଥିଲେ। ଡ଼ିଜେ ବ୍ୟାଣ୍ଡପାର୍ଟିର ପ୍ରଚଣ୍ଡ ଶବ୍ଦକୁ ସହ୍ୟକରି ନ ପାରି ତାଙ୍କର ଦେହାନ୍ତ ଘଟିଥିବା କୁହାଯାଉଛି । ଏହି ଘଟଣା ନେଇ ପରିବାର, ବନ୍ଧୁ ପରିଜନ ଓ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ବିଜୟ ସାହୁ ବାଲୁଗଁ। ଅଞ୍ଚଳର ଜଣେ ପ୍ରତିଷ୍ଠିତ ହୋଟେଲ ବ୍ୟବସାୟୀ ଭାବେ ଖ୍ୟାତି ଲାଭ କରିଥିଲେ। ତାଙ୍କ ଦେହାନ୍ତରେ ସୋମବାର ବାଲୁଗଁ। ଅଞ୍ଚଳର ବହୁ ଛୋଟବଡ଼ ହୋଟେଲ ପ୍ରତିଷ୍ଠାନ ବନ୍ଦ ରଖିଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri