ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ ରବିବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ରମେଶ ମହାପାତ୍ର, ଅଜିତ ଶତପଥୀ, ଉତ୍ପନ୍ନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ଖବରଦାତା ସମ୍ମିଳନୀରେ ସେମାନେ କହିଥିଲେ, ବର୍ତ୍ତମାନ ସରକାରମାନଙ୍କ କୃଷିନୀତି ସମ୍ପୂର୍ଣ ଭାବରେ କମ୍ପାନୀ ଓ ପୁଞ୍ଜିପତିମାନଙ୍କୁ ସୁହାଉଛି। ଅନ୍ୟପକ୍ଷରେ ଯେଉଁ କୃଷକଙ୍କ ପାଇଁ ନୀତି ପ୍ରସ୍ତୁତ କରାଯାଉଛି, ସେମାନେ ଦିନକୁ ଦିନ ଗରିବ ଋଣଗ୍ରସ୍ତ ହୋଇ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛନ୍ତି। କମ୍ପାନୀମାନଙ୍କ ଲକ୍ଷ ଲକ୍ଷ କୋଟି ଟଙ୍କା ଛାଡ଼ କରାଯାଉଥିବା ବେଳେ ଚାଷୀମାନଙ୍କ ଋଣ ଛାଡ଼ କଲେ ସରକାର ଦେବାଳିଆ ହୋଇଯିବ ବୋଲି ସରକାର କହୁଛନ୍ତି। ଅନ୍ୟପକ୍ଷରେ ପୁଞ୍ଜିପତିମାନେ ଯେତିକି ଟଙ୍କା ଋଣ ପରିଶୋଧ ନ କରି ବିଦେଶକୁ ପଳାୟନ କରିଛନ୍ତି, ସେତିକି ଟଙ୍କା ଋଣ ଚାଷୀମାନେ ନେଇ ନାହାନ୍ତି। କିନ୍ତୁ ଅନ୍ନଦାତା ବୋଲାଉଥିବା ଚାଷୀକୁଳ ପାଇଁ ଅମୃତକାଳରେ କେବଳ ବିଷ ମିଳୁଛି ବୋଲି ସଂଯୁକ୍ତ କୃଷକ ସଂଗଠନ ଉପଦେଷ୍ଟା ମଣ୍ଡଳୀ ଅଭିଯୋଗ କରିଛି। ସଂଗଠନର ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ଭୋଇ କହିଥିଲେ, ସରକାରମାନେ ଅଧିକ ଅମଳ ପାଇଁ ଉନ୍ନତ ବିହନ, ରାସାୟନିକ ସାର ଓ ଅତ୍ୟାଧୁନିକ ଯନ୍ତ୍ରପାତି ବ୍ୟବହାର ପାଇଁ ପ୍ରୋତ୍ସାହିତ କରୁଥିବା ସ୍ଥଳେ ଚାଷୀମାନଙ୍କ ବିନିଯୋଗ ଅର୍ଥ ତୁଳନାରେ ବିକ୍ରି ମୂଲ୍ୟ କମ୍‌ ମିଳୁଛି। ଚାଷୀମାନଙ୍କ ଉତ୍ପାଦିତ ସମସ୍ତ ଫସଲକୁ ସରକାର କ୍ରୟ ନ କରି ଏକ ତୃତୀୟାଂଶ କିଣୁଛନ୍ତି । ଯଦ୍ୱାରା ବଳକା ଶସ୍ୟକୁ ଚାଷୀ ଦଲାଲ ଏବଂ ବେପାରୀମାନଙ୍କୁ କମ ମୂଲ୍ୟରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ବଜାର ବ୍ୟବସ୍ଥା, ଭିତ୍ତିଭୂମି ଓ ଶୀତଳ ଭଣ୍ଡାର ଅଭାବରୁ ଚାଷୀ କ୍ଷତିଗ୍ରସ୍ତ ଓ ଶୋଷଣର ଶିକାର ହେଉଛନ୍ତି। ବରଗଡ଼ ଜ଼ିଲାର ୧୨ ବ୍ଲକ ମଧ୍ୟରୁ ୪ ବ୍ଲକ ସମ୍ପୂର୍ଣ୍ଣ ଜଳସେଚିତ ହୋଇଥିବା ବେଳେ ୮ବ୍ଲକ ଅଣ ଜଳସେଚିତ ଓ କ୍ରମାଗତ ମରୁଡିର ସମ୍ମୁଖୀନ ହୁଅନ୍ତି। ଠିକ ସମୟରେ ଫସଲବୀମା ପଇସା ନ ପାଇ ଚାଷୀମାନେ ଆନ୍ଦୋଳନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବାଦ ଭୟ: ଦେଢ଼ ଘଣ୍ଟା ପଞ୍ଚାୟତରେ ଅଟକିଲେ ମନ୍ତ୍ରୀ

ଲୋଇସିଂହା,୧୬।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବିଧାୟକ ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗଙ୍କୁ ଘାରିଲା ପ୍ରତିବାଦ ଭୟ। ରବିବାର ସନ୍ଧ୍ୟାରେ ଲୋଇସିଂହା ବ୍ଲକ...

ନୀଳଚକ୍ର ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଶ୍ରଦ୍ଧାଳୁ କହୁଛନ୍ତି ଘଟିବ..

ପୁରୀ,୧୭ା୩: ଚୈତ୍ର ମାସ କୃଷ୍ଣ ପ୍ରତିପଦା ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଲି ଉତ୍ସବ ଏବଂ ଚନ୍ଦନ ଅନୁକୂଳ ନୀତି ସମ୍ପନ୍ନ ହୋଇଛି। ଏହି ପରିପ୍ରେକ୍ଷୀରେ...

କେନାଲ ଆଡ଼ିରେ ପଡ଼ିଛି ଅଜଣା ମହିଳାଙ୍କ ମୃତଦେହ

ମୋରଡ଼ା,୧୭ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ହଳଦୀପାଳ ପଞ୍ଚାୟତର ଚିତ୍ରଡ଼ା ଫାଣ୍ଡି ପଛ ପଟ ଜଙ୍ଗଲ ନିକଟ ଦେଇ ଯାଇଥିବା ସୁବର୍ଣ୍ଣରେଖା କେନାଲ...

ଶଗଡ଼କୁ ଧକ୍କା ଦେଇ XUV ଫେରାର, ବୃଦ୍ଧାଙ୍କ ସମେତ ବଳଦ ମୃତ

ଦେବଗଡ଼,୧୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ଛତାବର ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ ଶଗଡ଼କୁ ଧକ୍କା ଦେଇ XUV...

ସୁପର ସ୍ପେଶାଲିଟି ଡାକ୍ତରଖାନାର ଉଦ୍‌ଘାଟନ କରିବେ ଶାହା

ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୨ଓ ୨୩ ତାରିଖ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ପ୍ରଥମ ଦିନ ମାର୍ଚ୍ଚ ୨୨ରେ ସମ୍ବଲପୁରରେ...

ଦିନେ ଛାଡ଼ି ଦିନେ ହେଉଛି ପାନୀୟ ଜଳ ଯୋଗାଣ: ବର୍ଷା ଅପେକ୍ଷାରେ ଅଞ୍ଚଳବାସୀ

ରାଇକିଆ,୧୭ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ପାନୀୟ ଜଳ ଯୋଗାଣ ହେଉଛି ଏକ ପ୍ରମୁଖ ସମସ୍ୟା। ସହରବାସୀଙ୍କ ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ୨ଗୁରୁତର

ଗୋପାଳପୁର,୧୭।୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭର ବ୍ରିଜ ନିକଟ ବିଲୁ ଢ଼ାବା ସମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା...

ଆଗକୁ କାଳବୈଶାଖୀ: ୨୦ରୁ ୨୬ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩: ଆଗକୁ ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ୍‌ ଲାଇନ ପ୍ରଭାବରେ ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image