Categories: ଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ସାରାରାତି ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୬।୯ : ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ପାକିସ୍ତାନ ବାରମ୍ବାର ଏଠାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରବିବାର ରାତିରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍‌ ଜିଲାର ମେଣ୍ଢାର ସେକ୍ଟର ଏବଂ ବାଲାକୋଟ ସେକ୍ଟରରେ ସାରାରାତି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏହାର ଜବାବରେ ଭାରତୀୟ ସେନାଙ୍କ ପକ୍ଷରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି। ପାକିସ୍ତାନର ଅସ୍ତ୍ରବିରତିକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Share