ପୁଣି ଚର୍ଚ୍ଚାରେ ଭରତପୁର: ନୂତନ ଆଇଆଇସି କଲେ ଯଜ୍ଞ, ଲଙ୍କା, ଲେମ୍ବୁ ଲଗାଇ…

ଭୁବନେଶ୍ୱର,୨୩।୯:  ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଆଉ ଏକ ଫର୍ଦ୍ଦ   ଚର୍ଚ୍ଚାରେ ଜୋଡି ହୋଇଯାଇଛି।  ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି । କାର୍ଯ୍ୟରେ ଯୋଗଦେଇ ଯଜ୍ଞରେ କର୍ତ୍ତା  ହୋଇବସିଛନ୍ତି ଆଇଆଇସି  ଦୀପକ ଖଣ୍ଡାୟତ ରାୟ।  ବ୍ରାହ୍ଣଣ ଆସି ପୂଜାପାଠ କରୁଛନ୍ତି। ମନ୍ତ୍ରୋଚାରଣ ଭିତରେ କମ୍ପୁଛି ଥାନା ପରିବେଶ। କିଛିଦିନ ହେଲା ଭରତପୁର ଥାନା ବିବାଦ ଘେରରେ ଥିବାବେଳେ, ଶାନ୍ତି ପ୍ରତିଷ୍ଠା ପାଇଁ ଯଜ୍ଞ କରୁଛନ୍ତି ନୂଆ ଭାରପାପ୍ତ ଆଇଆଇସି। ବ୍ରାହ୍ମଣ ନଜର ହଟାଇବାକୁ  ଲଙ୍କା ଲେମ୍ବୁ ଟାଙ୍ଗୁଥିବା ଦେଖିବାକୁ ମିଳିଛି।
ତେବେ ନୂଆ  ଆଇଆଇସି କହିଛନ୍ତି, ନୂଆ ଜଏନ କଲି, ମାନସିକ ଶାନ୍ତି ପାଇଁ ପୂଜା କରୁଥିବା କହିଛନ୍ତି।
ଅନ୍ୟପକ୍ଷେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ  ସେ କହିଛନ୍ତି, ଆମ ଅନୁରୋଧ ରଖି ସାକ୍ଷାତ କରିବାକୁ ସମୟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛୁ। ଦୁଇ ଦିନ ପୂର୍ବେ ପୋଲିସ ଅଧିକାରୀମାନେ ୟୁନିଫର୍ମ ପିନ୍ଧି ପ୍ରତିବାଦ ଜଣାଇଥିବାରୁ ଏହି ତଦନ୍ତ ନିରପେକ୍ଷ ହେବ କି ନାହିଁ ମନରେ ସନ୍ଦେହ ଥିଲା। ତେଣୁ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲୁ। ମୁଖ୍ୟମନ୍ତ୍ରୀ ଆମର ଏହି ଦାବିକୁ ମାନି ନେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ତଦନ୍ତ ରିପୋର୍ଟରେ ସତ ଉନ୍ମୋଚନ ହେବ ବୋଲି ବିଶ୍ୱାସ ଥିବା ସେ କହିଛନ୍ତି। ଏଥିସହ ଯେଉଁମାନେ ଝିଅର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି  ସେମାନଙ୍କୁ ଚିହ୍ନଟ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଯୁବତୀଙ୍କ ବାପା କହିଛନ୍ତି।
ଝିଅ ରେଷ୍ଟୁରାଣ୍ଟ ଚଳାଉଥିବାରୁ ସବୁବେଳେ ରାତିରେ ଘରକୁ ଫେରେ। ତେଣୁ ଏହାକୁ ନେଇ ଭବିଷ୍ୟତରେ ଯେପରି କୌଣସି ସମସ୍ୟା ନହୁଏ ତାହା ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି  ତାଙ୍କ ବାପା । ମୁଖ୍ୟମନ୍ତ୍ରୀ ମଧ୍ୟ ଏହାକୁ ଗୁରୁତର ସହ ବିଚାରକୁ ନେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ବଳାତ୍କାରୀଙ୍କୁ….

ଫୁଲବାଣୀ,୨୩।୯: କନ୍ଧମାଳ ଜିଲା ଫୁଲବାଣୀ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦେବରାଜ...

ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍‌ ନୋଟ୍‌ରେ ଥିଲା…

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍‌ ଆରମ୍ଭ ହୋଇଛି।...

ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ...

ଭରତପୁର ଥାନା: ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ବଢ଼ୁଛି…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଥାନାରେ ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ରହସ୍ୟ ବଢ଼ୁଛି । ଗଦା ଗଦା ସିସିଟିଭି କ୍ୟାମେରା...

ମଞ୍ଚକୁ ଆଇଟମ୍‌ ଗର୍ଲ ଆସିବାରେ ହେଲା ବିଳମ୍ବ: ମଞ୍ଚ ଉପରକୁ ଚେୟାର ଫୋପାଡ଼ିଲେ

ପାଟଣା,୨୩।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ବ୍ଲକ ଦାମାହୁଦା ଠାରେ ଚାଲିଛି ଯାତ୍ରା କଳିଙ୍ଗକନ୍ୟା। ମଞ୍ଚକୁ ସୋମବାର ରାତିରେ ଜଣେ ଚର୍ଚ୍ଚିତ ଆଇଟମ୍‌ ଗର୍ଲ ଆସିବାର...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି...

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ...

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri