CORONAVIRUS UPDATE: ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ଛୁଇଁଲା

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ମୃତକ ଜଣକ ଖୋର୍ଦ୍ଧା ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୩ ବୋଲି ଜଣାପଡ଼ିଛି। ସେ ଡାଇବେଟିସ୍‌ ଏବଂ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ।
ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଥିବା ବେଳେ ୧୪୮୧ ଜଣ ସୁସ୍ଥ ହୋଇଛନ୍ତି। ୧୧୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।

Share