ପୁଣି ସୁସ୍ଥ ହେଲେ ୧୪୯

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ସୁସ୍ଥ ସଂଖ୍ୟା ୨୨୮୨ରେ ପହଞ୍ଚିଛି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୫୭ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୬, ବଲାଙ୍ଗୀରରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱର, ଯାଜପୁର ଏବଂ ନୟାଗଡ଼ରୁ ୭ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକ, ପୁରୀ ଏବଂ କେନ୍ଦ୍ରାପଡ଼ାରୁ ୫ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୪, କେନ୍ଦୁଝରରୁ ୩, କଟକରୁ ୨, ବୌଦ୍ଧ ଏବଂ କୋରାପୁଟରୁ ଜଣେ ଲେଖାଏ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି।

Share