ପୁଣି ୪ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୪୮

ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଗୁରୁବାର ଦିନରେ ଢେଙ୍କାନାଳର ଜଣେ ୫୧ ବର୍ଷ ବୟସ୍କା ମହିଳା ଏବଂ ଭୁବନେଶ୍ୱର ଆପୋଲା ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗ ମେଦିନିପୁରର ୬୯ ବର୍ଷ ବୟସ୍କ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନ। ଦିଆଯାଇଥିଲା। ତେବେ ରାତିରେ ଚିହ୍ନଟ ୪ ଜଣଙ୍କ ବିଷୟରେ କୌଣସି ସୂଚନା ଦିଆଯାଇନାହିଁ।

Share