ପୁରୀରୁ ଧରାପଡିଲେ ସାଇବର ଲୁଟେରା: ଆକାଉଣ୍ଟ, ଏଟିଏମ୍‌ ପିନ୍‌ ହାତେଇ ଲୁଟୁଥିଲେ ଅଭିଯୁକ୍ତ

ମାଲକାନଗିରି, ୨୫।୭(ଡି.ଏନ୍‌.ଏ/ସ୍ବ.ପ୍ର.)
ମାଲକାନଗିରି ପୋଲିସ ସାଇବର ଠକେଇରେ ଜଡିତ ଥିବା ଜଣେ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ପୁରୀରୁ ବୁଧବାର ଗିରଫ କରିଛି। ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ ଚତୁରତାର ସହ ସେ ଏଟିଏମ୍‌ ପିନ ଓ ଆକାଉଣ୍ଟ ନମ୍ବର ନେଇ ଟଙ୍କା ଲୁଟୁଥିଲେ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ସୁବ୍ରତ ମହାପାତ୍ର (୨୩)। ସେ ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଓ ଝାଡଖଣ୍ଡ ରାଜ୍ୟର ଅପରାଧୀଙ୍କ ସହ ତାଙ୍କର ଲିଙ୍କ୍‌ ଥିବା ମାଲକାନଗିରି ଏସ୍‌ପି ଜଗମୋହନ ମୀନା ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ପ୍ରକାଶଯେ, କିଛି ମାସ ତଳେ ସୁବ୍ରତ କାଲିମେଳା ଥାନା ଅଧୀନ ଅକ୍ଷୟ ପଣ୍ଡାଙ୍କୁ ଫୋନ କରି ତାଙ୍କର ୨ଲକ୍ଷ ଟଙ୍କା ପୁରସ୍କାର ଉଠିଛି ବୋଲି କହିଥିଲେ। ଏଥିପାଇଁ ଅକ୍ଷୟଙ୍କୁ ଆକାଉଣ୍ଟ ନମ୍ବର ଏବଂ ଏଟିଏମ୍‌ ପିନ୍‌ ମାଗି ତାଙ୍କ ଆକାଉଣ୍ଟରେ ଥିବା ୪୦ ହଜାର ଟଙ୍କା ସୁବ୍ରତ ଉଠାଇ ନେଇଥିଲେ। ସେହିଭଳି ଓର୍କେଲ ଥାନା ଅଞ୍ଚଳର ଜଣଙ୍କ ଆକାଉଣ୍ଟରୁ ମଧ୍ୟ ସୁବ୍ରତ ଟଙ୍କା ଉଠାଇଥିବା ନେଇ ଫେବୃୟାରୀ ୧୨ରେ ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଥିଲା। ଏହା ବ୍ୟତୀତ ସୁବ୍ରତଙ୍କ ନାଁରେ ଯାଜପୁର ଜିଲା ବଡ଼ଚଣା ଥାନାରେ ଜୁନ୍‌ ୧୭ରେ କେସ୍‌ ନଂ ୧୩୩/୧୯ରେ ଆଇଟି ଆକ୍ଟରେ ମାମଲା ରୁଜୁ ହୋଇଥିଲା। ସେହିପରି କଟକର ଚାଉଳିଆଗଞ୍ଚ ଥାନାରେ କେସ୍‌ ନଂ ୭/୧୯ରେ ଜାନୁୟାରୀ ୬ରେ ଏବଂ ପାରଳଖେମୁଣ୍ଡି ଥାନାରେ କେସ୍‌ ନଂ ୧୪୧/୧୯ରେ ୧୮ ତାରିଖରେ ସୁବ୍ରତଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ସେହିଭଳି ପୁରୀ ସିଂହ ଦ୍ବାର ଥାନାରେ ୪୬/୧୯ରେ ମାମଲା ରହିଛି ବୋଲି ଏସ୍‌ପି ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଲକାନଗିରି ପୋଲିସ ସୁବ୍ରତଙ୍କ ଆକାଉଣ୍ଟକୁ ସିଲ କରିଛି। ତାଙ୍କଠାରୁ ନଗଦ ୨ ଲକ୍ଷ ୬ ହଜାର ୧୯୪ ଟଙ୍କା ଜବତ କରିଛି। ମାଲକାନଗିରି ସ୍ବତନ୍ତ୍ର ସାଇବର ସେଲ ଇନ୍ସପେକ୍ଟର ସୌମେନ୍ଦ୍ର ଶେଖର ତ୍ରିପାଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ଅଭିଯୁକ୍ତ ସୁବ୍ରତଙ୍କୁ ଧରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ...

ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା

ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ...

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ...

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ...

କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ

ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image