ପୁରୀ ଅଫିସ,୧୨ା୬: ପୁରୀ ଜିଲାରୁ ଶୁକ୍ରବାର ପୁଣି ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୯୨ ଜଣ ସୁସ୍ଥ ହୋଇଥିବା ବେଳେ ୪୧ଜଣ ଚିକିତ୍ସାଧୀନ ଅଛନ୍ତି।
ଆଜି ରାଜ୍ୟରେ ମୋଟ୍ ୧୧୨ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଏଥିମଧ୍ୟରେ ପୁରୀରୁ ସର୍ବାଧିକ ୧୫ ଜଣ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିଛି।
ଚିହ୍ନଟ ୧୫ ଜଣଙ୍କ ସଂକ୍ରାନ୍ତରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ। ତେଣୁ କେତେଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ସ୍ଥାନୀୟ କେତେଜଣ ତାହା ଜଣାପଡ଼ିନାହିଁ। କିଛିଦିନ ଧରି ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ଗତ ୫ଦିନରେ ୩୨ ଜଣ ପଜିଟିଭ୍ ଚିହ୍ନଟ ହେବା ପୁଣି ଚିନ୍ତା ବଢ଼ାଇଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ