Advertisement

ପୁରୀରେ ମୁଖ୍ୟମନ୍ତ୍ରୀ : ଶ୍ରୀମନ୍ଦିର କ୍ଷୟକ୍ଷତିର କଲେ ଅନୁଧ୍ୟାନ

ପୁରୀ ଅଫିସ,୧୮ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାରଠାରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ ପୂର୍ବକ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ମନ୍ଦିର ଭିତରକୁ ଯାଇ ଠାକୁରଙ୍କୁ ଦର୍ଶନ କରିବା ସହ ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel