ପୁରୀ ଅଫିସ, ୨୭।୯: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠରେ ସର୍ଟଶର୍କିଟ ଯୋଗୁ ଏସିରୁ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ଏକ ବଡ଼ଧରଣର ବିପଦ ଟଳିଯାଇଛି।