ପୁରୀ ଜିଲାର ୭ କରୋନା ଆକ୍ରାନ୍ତ ସୁସ୍ଥ

ପୁରୀ ଅଫିସ,୨୮।୫: ପୁରୀ ଜିଲାର ୭ଜଣ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇଛନ୍ତି। ପୂର୍ବରୁ ୧୮ଜଣ ସୁସ୍ଥ ହୋଇଥିବାବେଳେ ନୂଆ ୭ଜଣଙ୍କୁ ମିଶାଇ ବର୍ତ୍ତମାନ ୨୫ଜଣ ଏହି ମହାମାରୀ କରୋନା କବଳରୁ ମୁକ୍ତି ପାଇଛନ୍ତି। ତେବେ ଏହି ୭ଜଣଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ବର୍ତ୍ତମାନ ସୁଦ୍ଧା ଜିଲାର କରୋନା ପଜିଟିଭ ସଂଖ୍ୟା ୮୫ ଛୁଇଁଛି। ଏମାନଙ୍କ ମଧ୍ୟରୁ ୨୫ଜଣ ସୁସ୍ଥ ହୋଇଥିବା ବେଳେ ୬୦ଜଣ ଏବେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଯେଉଁ ହାରରେ ବଢ଼ୁଛି ଖୁବ୍‌ଶୀଘ୍ର ଏହା ଶତକ ଛୁଇଁଯିବ ବୋଲି ଚର୍ଚ୍ଚା ହେଉଛି। ସବୁଠୁ ଉଦ୍‌ବେଗର ବିଷୟ ହେଉଛି ଆରମ୍ଭରୁ ପୁରୀ ଜିଲା ଭଲ ସ୍ଥିତିରେ ଥିଲା। ଏପ୍ରିଲ ୩ରେ ଜିଲାରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ ପରେ ଦୀର୍ଘ ୩୭ଦିନ ଧରି ଆଉ କୌଣସି ନୂଆ ଆକ୍ରାନ୍ତ ବାହାରି ନ ଥିଲେ। ମାତ୍ର ଗତ ୧୦ ତାରିଖଠାରୁ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ମାଡୁଛି। ଗତ ୧୭ ଦିନରେ ୮୪ ଆକ୍ରାନ୍ତ ଚିହ୍ନଟ ହେବାକୁ ନେଇ ଜିଲାବାସୀ ଚିନ୍ତିତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ-କୃଷକ ବିରୋଧୀ ନୀତି ପ୍ରତିବାଦରେ ବିକ୍ଷୋଭ

ଛତ୍ରପୁର,୨୬।୧୧(ଦିଲ୍ଲୀପ ସାମଲ): ମୋଦି ସରକାରଙ୍କ କୃଷକ ଓ ଶ୍ରମିକ ନୀତି ବିରୋଧରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ନିମନ୍ତେ ସଂଯୁକ୍ତ କିଷାନ ମୋର୍ଚ୍ଚା...

ଦୁର୍ଘଟଣାରେ ମୃତ୍ୟୁକୁ ନେଇ ହରଡ଼ଘଣାରେ ପରିବାର: ବ୍ୟବଚ୍ଛେଦରେ ହେଉଛି ବିଳମ୍ବ

ପଟ୍ଟାଙ୍ଗି,୨୬।୧୧(ଶରତ ଧଳ): ଓଡିଶା ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ହୋଇଥିବା ଦୁର୍ଘଟଣାକୁ ନେଇ ଓଡ଼ିଶାର ଲୋକେ ବର୍ତ୍ତମାନ ହରଡ଼ଘଣାରେ ପଡିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ନ ହୋଇ...

ମଧ୍ୟାହ୍ନଭୋଜନରେ ଦିଆଯାଉଛି ନିମ୍ନମାନର ଚାଉଳ

ନବରଙ୍ଗପୁର,୨୬।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପରିଷଦ କମିଟିର ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ୨୫ଟି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଚାଉଳ ନିମ୍ନମାନର ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ...

ଗରିବ ଶ୍ରେଣୀର ଲୋକଙ୍କ ସମସ୍ୟାକୁ ଦିଆଯିବ ଅଗ୍ରାଧିକାର

ରୁପ୍ରାରୋଡ,୨୬।୧୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ ଯୋଗଦେଇଛନ୍ତି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ସେ...

ମହିଳାଙ୍କୁ କଚାଡ଼ି ଦେଲା ହାତୀ: ହସ୍ପିଟାଲ୍‌ରେ ଭର୍ତ୍ତି

ରୁପ୍ରାରୋଡ,୨୬।୧୧(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ଡମପଦର ଗ୍ରାମରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ଣ୍ଣମୀ ବେୱା (୪୦ ) ସକାଳୁ ଶୌଚପାଇଁ ଯାଇଥିବା...

କୁସଂସ୍କାର ବିରୋଧରେ ଲଢେଇ କରି ଚର୍ଚ୍ଚାକୁ ଆସିଥିବା ମହିଳାଙ୍କ ଦେହାନ୍ତ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ଗ୍ରାମର ବସ୍ତିନା ସିଂଙ୍କ ମଙ୍ଗଳବାର ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି।...

ବର୍ଷେ ପୂରିବ, ଚାଉଳ ଫେରାଉନାହାନ୍ତି ମିଲର୍ସ

ରାୟଗଡା,୨୬।୧୧(ଆଶିଷ ରଞ୍ଜନ ପଣ୍ଡା): ବିଭିନ୍ନ ମିଲର୍ସ ମଣ୍ଡିରୁ ଧାନ ନେଇ ତା’ର ପ୍ରତିବଦଳରେ ସରକାରଙ୍କୁ ଚାଉଳ ଫେରାଇଥାନ୍ତି। ରାୟଗଡ଼ା ଜିଲାରେ ଆସନ୍ତା ୧୭ ତାରିଖରେ ଚଳିତ...

ବିରଜା ହାଟକୁ ନେଇ ତେଜୁଛି ରାଜଜୈତିକ କଳି

ଯାଜପୁର,୨୬ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଟାଉନ୍‌ର ବିରଜା ହାଟକୁ ନେଇ ରାଜନୈତିକ କଳି ତେଜିବାରେ ଲାଗିଛି। ବିଜେଡି ଓ ଭାଜପା ନେତାମାନେ ପରସ୍ପରକୁ ଦୋଷାରୋପ କରୁଛନ୍ତି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri