Categories: ଜାତୀୟ

ପୁଲଓ୍ବାମା ଅବନ୍ତିପୋରାରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଜମ୍ମୁ-କଶ୍ମୀର ପୁଲାଓ୍ବାମା ଜିଲାର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୩ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅବନ୍ତିପୋରାର ଗୋରିପୋରା ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ୍‌ କରିଥିଲେ। ଏହି ସମୟରେ ଆତଙ୍କବାଦୀ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ତେବେ ଏହି ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ଓ ଆଉ ଜଣେ ହାର୍ଡକୋର ଆତଙ୍କବାଦୀ ନିହତ ହୋଇଛନ୍ତି। ଆଉ କେତେକ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।

Share