ପୂଜା ନ କଲେ ଏକମାତ୍ର ପୁତ୍ର ସନ୍ତାନର ଅନିଷ୍ଟ ହେବା ନେଇ ଗୁଜବ: ଶନିମନ୍ଦିରରେ ପ୍ରବଳ ଭିଡ଼

କେନ୍ଦୁଝର,୧୪।୩(ସ୍ବ.ପ୍ର.): ପୂଜା ନ କଲେ ଏକମାତ୍ର ପୁତ୍ରସନ୍ତାନର ଅନିଷ୍ଟ ହେବ ବୋଲି ଗୁଜବ ପ୍ରଚାର ପରେ ପୁରୁଣା ସହର ସିଦ୍ଧମଠସ୍ଥିତ ଶନି ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଗୋଟିଏ ପୁଅ ଥିବା ମହିଳାମାନେ ଏହି ପୂଜାର୍ଚ୍ଚନା କରିଥିବା ଜଣାପଡ଼ିଛି ା
ଏନେଇ ଉପଜିଲାପାଳ ତଥା ଦେବୋତ୍ତର ବିଭାଗର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁଙ୍କୁ ପଚାରିବାରୁ, ଏ ବିଷୟରେ ସେ କିଛି ଜାଣିନାହାନ୍ତିି। ନିଶ୍ଚିତ ପଦକ୍ଷେପ ନେବେ ବୋଲି କହିଛନ୍ତି।
ସୂଚନାଯୋଗ୍ୟ, କିଛିଦିନ ତଳେ ଏଭଳି ପ୍ରଚାର ହୋଇଥିଲା। ହଜାର ହଜାର ସଂଖ୍ୟାରେ ଭକ୍ତ ଦୂରଦୂରାନ୍ତରୁ ଆସି ଶନିଦେବଙ୍କୁ ପୂଜାର୍ଚ୍ଚନା କରିଥିବା ଦେଖିବାକୁ ମିଳିଥିଲା। ତତ୍‌କାଳୀନ ଉପଜିଲାପାଳ ହସ୍ତକ୍ଷେପ କରି ପଦକ୍ଷେପ ନେଇଥିଲେ। ଅନ୍ୟପକ୍ଷରେ କରୋନା ପାଇଁ ଭିଡ଼ ଉପରେ କଟକଣା ଲାଗୁ କରାଯାଇଥିବା ବେଳେ ଏଠାରେ ଏଭଳି ଭିଡ଼ ଆଶ୍ଚର୍ଯ୍ୟ ସୃଷ୍ଟି କରିଛି। ମିଥ୍ୟା ଗୁଜବ ରୋକିବା ସହ ଲୋକଙ୍କୁ ସଚେତନ କରିବା ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ବେକରେ ଗାମୁଛା ଲଗାଇ ଛୁଲିପଡିଲେ ଯୁବକ, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ, ୨୬।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା...

ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର

ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର...

ନିଦ ହଜାଇଲା ଅଦିନିଆ ବର୍ଷା: କ୍ଷେତରେ ପଚି ଗଜା ହେଲାଣି ପାଚିଲା ଧାନ

ଛେନାପଦି, ୨୬ା୧୨(ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ୪ ଦିନ ପୂର୍ବେ...

୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି

କେସିଙ୍ଗା,୨୬ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଚଳିତବର୍ଷ ଭଲ ଧାନ ଫସଲ ହୋଇଥିବା ବେଳେ ଫସଲ ପାକଳ ହେବା ବେଳକୁ ବର୍ଷାର ଅଭାବ...

ଯାଜପୁର, ନୂଆ ଜଗନ୍ନାଥ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ଼, ଦୃଷ୍ଟି ଦେବାକୁ ପ୍ରଶାସନ ନିକଟରେ ଦାବି

ନିରାକାରପୁର, ୨୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ନିରାକାରପୁର ବଜାରରୁ ଲେଣ୍ଡୋ ପଞ୍ଚାୟତର ଯାଜପୁର ଗାଁକୁ ଯିବା ମୁଖ୍ୟ ରାସ୍ତାଟି ଏବେ ଡମ୍ପିଂୟାର୍ଡ଼ ପାଲଟିଛି। ଖାଲି ଯାଜପୁର...

ଏଆରଆଇଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ୮ଟି ପ୍ଲଟ୍‌, ନଗଦ ଟଙ୍କା ସମେତ ମିଳିଲା…

କୋରାପୁଟ। ବୋରିଗୁମ୍ମା,୨୬।୧୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ): ଭିଜିଲାନ୍ସ ଜାଲରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଏଆରଆଇ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri