Advertisement

ପୂର୍ତ୍ତ ବିଭାଗ ରାସ୍ତାରେ ଏନ୍‌ଟିପିସି ପ୍ରକଳ୍ପ ପାଉଁଶ ପାଣି

କଣିହଁା, ୭।୧୦(ଡି.ଏନ.ଏ.)-କଣିହଁା ବ୍ଲକ ଅଞ୍ଚଳରେ ୨ଦିନ ହେଲା ବଜ୍ରପାତ ସହ ପ୍ରବଳ ବର୍ଷା ହେଉଛି। ଏହି କାରଣରୁ ଏନ୍‌ଟିପିସି ପ୍ରକଳ୍ପରୁ ପାଉଁଶପାଣି ପ୍ରବାହିତ ହୋଇ ମାଡୁଆ ଦେବୀଙ୍କ ପୀଠ ନିକଟ ପୂର୍ତ୍ତ ବିଭାଗ ରାସ୍ତା ଉପରୁ ପିଚୁ ଉଠିଯାଇ ଖାଲଖମା ସୃଷ୍ଟି ହୋଇଛି। ରାସ୍ତାର ଶୋଚନୀୟ ଅବସ୍ଥା ଯୋଗୁ ପଥଚାରୀମାନେ ହନ୍ତସନ୍ତ ହେଉଛନ୍ତି। ବାରମ୍ବାର କମ୍ପାନୀ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ଏହାର ସମାଧାନ ଦିଗରେ ପଦକ୍ଷେପ ନିଆଯାଉ ନ ଥିବା ସାମାଜିକ କର୍ମୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ନୟନ ପ୍ରଧାନଙ୍କ ସମେତ ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି। ପୂଜା ଛୁଟି ଯୋଗୁ କମ୍ପାନୀ କର୍ତ୍ତୃପକ୍ଷଙ୍କ ମତାମତ ମିଳିପାରିନାହିଁ।
ଅନ୍ୟପଟେ ପ୍ରବଳ ବର୍ଷା ଯୋଗୁ ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଛି, ଯାହାକୁ ନେଇ ପୂଜା ମାହୋଲ ସାମାନ୍ୟ ଫିକା ପଡ଼ିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel