ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ଷୀୟାନ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଭଦ୍ରକ ନିର୍ବାଚନମଣ୍ଡଳୀର ଏମ୍‌ପି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Share