ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ

ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍‌.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସହରର ବହୁ ବିଶିଷ୍ଟ ବ୍ୟକ୍ତି ସ୍ବର୍ଗତ ମହାପାତ୍ରଙ୍କ ବାସଭବନରେ ପହଞ୍ଚତ୍ ଅନ୍ତିମ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ପାଖର ପଞ୍ଚାୟତରେ ୧୯୨୩ ରେ ସେ ଜନ୍ମ ଗ୍ରହଣ କରଥିଲେ। ୧୯୬୭ରେ ସୋର ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇ ଆଇନ ବିଭାଗ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୧୯୭୧ରୁ ୧୯୭୪ ପର୍ଯ୍ୟନ୍ତ ଦୈନିକ ‘ସ୍ବରାଜ୍ୟ’ର ସମ୍ପାଦକ ଭାବେ କାର୍ଯ୍ୟଭାର ତୁଲାଇଥିଲେ। ପରବର୍ତ୍ତୀ ସମୟରେ ସେ ଜନତା ପାର୍ଟିରେ ଯୋଗ ଦେଇ ୧୯୭୭ରେ ସୋର ନିର୍ବାଚନ ମଣ୍ଡଳୀରୁ ପୁନର୍ବାର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

Share