ପୂର୍ବତନ ସରପଞ୍ଚଙ୍କ ପରଲୋକ

ଭଞ୍ଜନଗର,୨।୯(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ଲୋକନାଥ ପ୍ରଧାନ(୭୩)ଙ୍କ ସୋମବାର ସକାଳେ ପରଲୋକ ଘଟିଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବ୍ଲକ ଅଧ୍ୟକ୍ଷା ବିନ ଦଳବେହେରା ପ୍ରମୁଖ ଲୋକନାଥଙ୍କ ଶେଷ ଦର୍ଶନ କରିବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।