ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼

ବ୍ରହ୍ମଗିରି,୨୫।୨(ଡି.ଏନ୍‌.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ ବୋମା ମାଡ଼ ହୋଇଛି। ଏହି ବୋମାମାଡ଼ରେ ଆହତ ଓ କ୍ଷୟକ୍ଷତି ଜଣାପଡି ନ ଥିବାବେଳେ ଗାଁରେ ପୋଲିସ ପଇଁତରା ମାରୁଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ରହ୍ମଗିରି ବ୍ଲକ ମଣପଡା ପଞ୍ଚାୟତର ଦଣ୍ଡୁଆସିପଡା ଗ୍ରାମରେ ଗତ ୯ ତାରିଖରେ ଏକ ରାଜନୈତିକ ରାଲିକୁ ନେଇ ସାମାନ୍ୟ ଯୁକ୍ତିତର୍କ ହୋଇଥିଲା। ପରଦିନ ସକାଳୁ ସେଇ କଥାକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ଟେକାପଥର ସହ ଠେଙ୍ଗାମାଡ ଆରମ୍ଭ ହୋଇଥିଲା। ଏଥିରେ ଜଣେ ମହିଳା ସମେତ ୬ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ପ୍ରଥମେ ସ୍ଥାନୀୟ ରେବଣା ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଗୁରୁତରଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଏ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ଦୁଇଟି ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ୩ ମହିଳା ସମେତ ୬ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ପୋଲିସର ଗିରଫ ଭୟରେ ସେହି ସମୟରେ ସମସ୍ତେ ନୀରବି ଯାଇଥିଲେ ମଧ୍ୟ ଭିତରେ ପ୍ରତିହିଂସାର ନିଆଁ କୁହୁଳୁଥିଲା। ଏହି ବିବାଦକୁ କେନ୍ଦ୍ର କରି ଗୁରୁବାର ପୁନର୍ବାର ଦୁଇଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ପରସ୍ପରକୁ ଟେକାପଥର ମାରିବା ସହ ୨୦ରୁ ଊର୍ଦ୍ଧ୍ୱ ବୋମାମାଡ଼ ହୋଇଥିଲା। ଖବରପାଇ ବ୍ରହ୍ମଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ସମସ୍ତେ ଛତ୍ରଭଙ୍ଗ ଦେଇଥିଲେ। ପୋଲିସ ଗାଁରେ ପଇଁତରା ମାରିବାରୁ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନ ଭଣ୍ଡାର ଖୋଲିବା ନେଇ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ: କହୁକହୁ କହିଦେଲେ…

ଭୁବନେଶ୍ୱର,୬।୭: ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ...

ଝାଡୁ ଧରି ବଡ଼ଦାଣ୍ଡ ସଫା କଲେ ଭାଜପା ଏମ୍‌ପି: କହିଲେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗକୁ…

ପୁରୀ,୬।୭: ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ତିନି ରଥ ପ୍ରସ୍ତୁତ। ରଥଯାତ୍ରାକୁ ଦୃଷ୍ଟିରେ ରଖି ଶନିବାର ବଡଦାଣ୍ଡରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ବବିଙ୍କ ନାଁରେ ମିଛ ଖବର ପ୍ରସାରଣ କରି ଅଡୁଆରେ ନିର୍ଦ୍ଧିଷ୍ଟ ଗଣମାଧ୍ୟମ, ଜାଣନ୍ତୁ କ’ଣ ରହିଛି … 

ଭୁବନେଶ୍ୱର,୬।୭: ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ବିରୋଧରେ ମିଛ ଓ ଭିତ୍ତିହୀନ ଖବର ପରିବେଷଣ କରିବାରୁ ଏକ ଟିଭି ଚ୍ୟାନେଲ୍‌କୁ ନୋଟିସ୍‌ ଜାରି...

ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…

ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି।...

ଧକ୍କାଦେଲା ଆମ୍ବୁଲାନ୍ସ: ବାପାଙ୍କ ଆଗରେ ଚାଲିଗଲା ପୁଅ ଜୀବନ

ଝରିଗାଁ,୬।୭: ନବରଙ୍ଗପୁରର ଝରିଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୧୦୮ ଆମ୍ବୁଲାନ୍ସ ଧକ୍କାରେ ୮ ବର୍ଷର ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତର ଆହତ ହୋଇଛନ୍ତି।...

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ଏହି ୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୭: ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି...

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ, କେବେ ଖୋଲିବ ରତ୍ନଭଣ୍ଡାର ହୋଇପାରେ ଘୋଷଣା

ଭୁବନେଶ୍ୱର,୬।୭: ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ...

ମନ୍ଦ ଉଦ୍ଦେଶ୍ୟ ନେଇ ରତ୍ନଭଣ୍ଡାର କମିଟି ଭଙ୍ଗାଯାଇଛି: ବିଜେଡି

ଭୁବନେଶ୍ୱର,୬ା୭(ଅନିଲ ଦାସ/ସୁନିତ୍‌ ମିଶ୍ର): ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟର ନବଗଠିତ ଭାଜପା ସରକାର ଗୁରୁବାର ୧୬ଜଣିଆ କମିଟି ଗଠନ କରିଛନ୍ତି। ତେବେ ସରକାରଙ୍କ ଏହି ପଦକ୍ଷେପକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri