Categories: ଜାତୀୟ

ପୋଖରାନରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜନାଥ

ଜଇପୁର,୧୬।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଜସ୍ଥାନର ପୋଖରାନଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। କାରଣ ୧୯୯୮ରେ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ପୋଖରାନରେ ନ୍ୟୁକ୍ଲିୟର ଟେଷ୍ଟ କରାଯାଇଥିଲା। ତେଣୁ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ରାଜନାଥ ତାଙ୍କୁ ପୋଖରାନରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ଦିନର ଅସୁସ୍ଥତା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ୨୦୧୮ ଅଗଷ୍ଟ ୧୬ରେ ପରଲୋକ ହୋଇଥିଲା।

Share