ପୋଲିସ ଉପସ୍ଥିତି ସତ୍ତ୍ୱେ ସାମାଜିକ ଦୂରତା ନିୟମ ଉଲ୍ଲଂଘନ

ଜୁନାଗଡ଼,୧୬।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ୨୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ପୋଲିସ ଉପସ୍ଥିତି ସତ୍ତ୍ୱେ ସାମାଜିକ ଦୂରତା ନିୟମ ଲୋକମାନେ ଉଲ୍ଲଂଘନ କରିଥିବା ଦେଖିବାକୁ ମିଳିଥିଲା। ସାମାଜିକ ଦୂରତା ଉପରେ ସଚେତନ ଥିବା ପୋଲିସ ଅଧିକାରୀ ଏହି ଘଟଣାରେ ନୀରବ ଦ୍ରଷ୍ଟା ସାଜିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି ା
ମିଳିଥିବା ସୁଚନା ଅନୁଯାୟୀ, ଚାରବାହାଲ ଅଧୀନ ଥିବା ମୋଟେର ଫାଣ୍ଡି ଅଧିକାରୀ ଶେଖର ଜେନାଙ୍କ ବଦଳି ଯୋଗୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା ା ଫାଣ୍ଡି ଅଧିକାରୀ ଜେନାଙ୍କ ବଦଳି ପଛରେ ସ୍ଥାନୀୟ ସରପଞ୍ଚଙ୍କ ସ୍ବାମୀଙ୍କ ହାତ ଥିବା ଅଭିଯୋଗ କରି ଗୁରୁବାର ସ୍ଥାନୀୟ ଲୋକେ ଚାରବାହାଲ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ରୁଣ୍ଡ ହୋଇ ପ୍ରତିବାଦ କରିଥିଲେ। ପରେ ସରପଞ୍ଚଙ୍କ ସ୍ବାମୀ ମୀନକେତନ ଦଳପତି ଘଟଣା ସ୍ଥଳକୁ ଆସି ଏଥିରେ ମୋର ହାତ ନ ଥିବା ଲୋକଙ୍କୁ କହିଥିଲେ। ଏ ସମ୍ପର୍କରେ ଖବର ପାଇ ମୋଟେର ନୂଆ ଫାଣ୍ଡି ଅଧିକାରୀ ଅଜୟ କୁମାର ନାଏକ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାସୁଝା ପାଇଁ ଚେଷ୍ଟା କରିଥିଲେ। ଏହି ସମୟରେ ଲୋକମାନେ ସାମାଜିକ ଦୂରତ୍ୱ ନିୟମକୁ ଭୁଲିଯାଇ ଗୋଟିଏ ସ୍ଥାନରେ ରୁଣ୍ଡ ହୋଇଥିଲେ। ପରେ ଜୁନାଗଡ଼ ବିଡିଓ ଦୁଲାରାମ ମାରାଣ୍ଡି ଓ କୋକସରା ଆଇଆଇସି ବାସୁଦେବ ଛତ୍ରିଆ ଘଟଣା ସ୍ଥଳକୁ ଆସି ଲୋକଙ୍କୁ ଘରକୁ ଯିବା ପାଇଁ କହିଥିଲେ। ଏ ସଂକ୍ରାନ୍ତରେ କଳାହାଣ୍ଡି ଏସ୍‌ପି ବି.ଗଙ୍ଗାଧର କହିଛନ୍ତି ଉକ୍ତ ଘଟଣା ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri