Advertisement

ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି: ଧାରଣାରେ ବସିଲେ ପୂଜା କମିଟି ସଦସ୍ୟ, ଗ୍ରାମବାସୀ

ଆନନ୍ଦପୁର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ଥିବା ଜନୈକ ପୋଲିସ କର୍ମଚାରୀ କମିଟି ସଦସ୍ୟଙ୍କୁ ଦୁର୍ବ୍ୟବହାର ଏବଂ ଗାଲିଗୁଲଜ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୂଜା କମିଟି ସଦସ୍ୟ ଏବଂ ଆନନ୍ଦପୁରବାସୀ ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିକରି ଗୁରୁବାର ପୂର୍ବାହ୍ନରେ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ଆନନ୍ଦପୁର ଏସ୍‌ଡିପିଓ ବିଦ୍ୟୁତ୍‌ କୁମାର ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ଧାରଣାକାରୀଙ୍କ ସହିତ ଆଲୋଚନା କରିଥିଲେ। ପରେ ସମ୍ପୃକ୍ତ ପୋଲିସ କର୍ମଚାରୀ ଏବଂ କମିଟି ସଦସ୍ୟ ବସି ଆପୋଷ ବୁଝାମଣା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share