ପୌରପାଳିକା ଜାଗାରୁ ମାଟି ଚୋରା ଚାଲାଣ ଘଟଣା: ତଦନ୍ତ ଆରମ୍ଭ କଲେ ତହସିଲଦାର

ଅନୁଗୋଳ ଅଫିସ, ୨୦।୧୨- ଅନୁଗୋଳ ପୌରପାଳିକା ଡମ୍ପିଂୟାର୍ଡ୍‌ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ମାଟି ଚୋରା ଚାଲାଣ ସମ୍ପର୍କିତ ଖବର ଗୁରୁବାର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏହାର ତଦନ୍ତ ପାଇଁ ବଅଁରପାଳ ତହସିଲଦାର ଜିତେନ୍ଦ୍ର କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେବା ପରେ ଅପରାହ୍ନରେ ତହସିଲଦାର ଓ କୁରୁଡ଼ୁଲୁ ଆର୍‌ଆଇ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ ଯେ, ବଅଁରପାଳ ତହସିଲ ପକ୍ଷରୁ କୁଶାସିଂହାରେ ୪ ବର୍ଷ ପୂର୍ବରୁ ୫ ଏକର ଜାଗା ଅନୁଗୋଳ ପୌରପାଳିକାକୁ ଯୋଗାଇ ଦିଆଯାଇଥିଲା। ଏହି ଜାଗାରେ ପୌରପାଳିକାର ଡମ୍ପିଂୟାର୍ଡ୍‌ ନିର୍ମାଣ କରାଯିବ ବୋଲି ପ୍ରସ୍ତାବ ରହିଥିଲା। କିନ୍ତୁ ସ୍ଥାନୀୟ ଲୋକଙ୍କ ବିରୋଧ କରିବାରୁ ଉକ୍ତ ଜାଗାରେ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା। ଏହାର ସୁଯୋଗ ନେଇ ଉକ୍ତ ଜାଗାରୁ ଚୋରାରେ ମାଟି ଚାଲାଣ କରାଯାଉଥିଲେ ବି ଏ ନେଇ ପ୍ରଶାସନ ନିକଟରେ କୌଣସି ସୂଚନା ନ ଥିଲା। ଏ ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଶହ ଶହ ଟ୍ରିପ୍‌ ମାଟି ଜେସିବିରେ ଖୋଳି ଟିପ୍ପର୍‌ରେ କେଉଁଠାକୁ ବୁହାଯାଇଛି ତାହାର ଅନୁଧ୍ୟାନ ଚଳାଇଛି ପ୍ରଶାସନ। ଏ ନେଇ ଅନୁଗୋଳ ପୌରନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି, କାର୍ଯ୍ୟବ୍ୟସ୍ତତା କାରଣରୁ ଘଟଣାସ୍ଥଳକୁ ଅନୁଧ୍ୟାନ କରିବାକୁ ଯାଇପାରିନାହିଁ। ଶୁକ୍ରବାର ପୂର୍ବାହ୍ନରେ ଘଟଣାସ୍ଥଳକୁ ଯିବି। ବଅଁରପାଳ ତହସିଲଦାର ସାହୁ କହିଛନ୍ତି, ଘଟଣାସ୍ଥଳକୁ ଅନୁଧ୍ୟାନ କରିବାକୁ ଯାଇଥିଲି। ସେଠାରୁ ଚୋରାରେ ମାଟି ଚାଲାଣ ହେଉଛି। ଏବେ ତଦନ୍ତ ଚାଲୁଥିବାରୁ କିଛି କହି ହେବ ନାହିଁ। ଏହି ମାଟି ଚୋରା ଚାଲାଣ ଗ୍ୟାଙ୍ଗର ଖୁବ୍‌ଶୀଘ୍ର ପର୍ଦ୍ଦାଫାସ କରାଯିବ ବୋଲି ତହସିଲଦାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା...

ମୁମ୍ବାଇରେ ଓଡିଆ ଶ୍ରମିକ ମୃତ

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର...

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮ା୧୦(ଅଜିତ୍‌ କୁମାର ମହାନ୍ତି): କିଛିଦିନର ବ୍ୟବଧାନ ପରେ ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଶୁକ୍ରବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri