ପ୍ରଥମଥର ରାଜନୀତିରେ ପାଦ ଦେଇ ବାଜି ମାରିଲେ ଏହି ଦୁଇ ଅଭିନେତ୍ରୀ

କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଏଥର ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀ ଅଭିନେତା ପ୍ରଥମଥର ରାଜନୀତିରେ ପାଦ ଥାପି ନିର୍ବାଚନ ଲଢ଼ି ବିଜୟ ହାସଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଅଭିନେତ୍ରୀ ହେଉଛନ୍ତି ମିମି ଚକ୍ରବର୍ତ୍ତୀ ଏବଂ ନୁସ୍‌ରତ ଜହାନ୍‌।
ମିମି ଚକ୍ରବର୍ତ୍ତୀ : ବେଙ୍ଗଲୀ ଏବଂ ଟେଲି ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ପ୍ରଥମଥର ରାଜନୀତିରେ ପାଦ ଦେଇ ବାଜି ମାରି ନେଇଛନ୍ତି। ସେ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସରୁ ଦକ୍ଷିଣ କୋଲକାତାର ଯୋଧପୁର ସିଟ୍‌ରୁ ନିର୍ବାଚନ ଲଢ଼ିଥିଲେ। ଏଥିରେ ସେ ବିଜୟୀ ହୋଇଛନ୍ତି।
ନୁସରତ୍‌ ଜହାନ୍‌ : ବେଙ୍ଗଲୀ ଅଭିନେତ୍ରୀ ନୁସରତ୍‌ ଜହାନ୍‌ ବସିରହାଟ ଲୋକସଭା ଆସନରୁ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ପକ୍ଷରୁ ନିର୍ବାଚନ ଲଢ଼ିଥିଲେ। ରାଜନୀତିକୁ ଓହ୍ଲାଇବା ପରେ ନୁସରତ୍‌ ବିବାଦୀୟ ହୋଇପଡ଼ିଥିଲେ। ସେ ଯାହା ବି ହେଉ ନୁସରତ୍‌ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବହୁ ଭୋଟରେ ବିଜୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri