ଲିଡ୍ସ,୬।୭- ଚଳିତ ବିଶ୍ୱକପ୍ରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଗ୍ରୁପ୍ ପର୍ଯ୍ୟାୟ ମ୍ୟାଚ୍ରେ
ଭାରତୀୟ ଦଳ ପ୍ରଥମେ ବୋଲିଂ କରିବାକୁ ଆମନ୍ତ୍ରଣ ପାଇଛି। ଗ୍ରାଉଣ୍ଡରେ ପ୍ରଥମେ ବ୍ୟାଟିଂ କରିଥିବା ଦଳର ରେକର୍ଡ ଭଲ ଥିବାରୁ ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ବାଂଲାଦେଶ ବିପକ୍ଷରେ ଖେଳିଥିବା ଦଳରେ ଦୁଇଟି ପରିବର୍ତ୍ତନ ହୋଇଛି। ୟୁଜ୍ବେନ୍ଦ୍ର ଚହଲ ଓ ମହମ୍ମଦ ସାମିଙ୍କୁ ବିଶ୍ରାମ ଦିଆଯାଇଛି। ଏମାନଙ୍କ ବଦଳରେ ରବୀନ୍ଦ୍ର ଜାଡେଜା ଓ କୁଲଦୀପ ଯାଦବଙ୍କୁ ଦଳରେ ସ୍ଥାନ ମିଳିଛି।
ଭାରତୀୟ ଦଳ: ରୋହିତ ଶର୍ମା, ଲୋକେଶ ରାହୁଲ, ବିରାଟ କୋହଲି (ଅଧିନାୟକ), ମହେନ୍ଦ୍ର ସିଂ ଧୋନୀ, ରିଷଭ ପନ୍ତ, ଦୀନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଯଶ୍ପ୍ରୀତ ବୁମ୍ରା, ଭୁବନେଶ୍ୱର କୁମାର, ରବୀନ୍ଦ୍ର ଜାଡେଜା ଓ କୁଲଦୀପ ଯାଦବ।