Posted inଖେଳ

ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ୬ ଉଇକେଟରେ ବିଜୟୀ

ଗାଲେ,୧୮।୮- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଶ୍ରୀଲଙ୍କା ୬ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ରବିବାର ଉଭୟ ବୋଲିଂ ଓ ବ୍ୟାଟିଂରେ ଉନ୍ନତ ପ୍ରଦର୍ଶନ କରି ବାଜି ମାରିଛି। ଏଥିସହିତ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରଜରେ ଶ୍ରୀଲଙ୍କା ୧-୦ରେ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଇନିଂସରେ ୧୨୨ ରନର ଶତକୀୟ ପାଳି ଖେଳି ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଶ୍ରୀଲଙ୍କା ଓପନର ଦିମୁଥ କରୁଣାରତ୍ନେ ମ୍ୟାନ୍‌ ଅଫ୍‌ ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏହି ସିରିଜ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ସିରିଜର ଅନ୍ତର୍ଭୁକ୍ତ ରହିଛି। ଫଳରେ ବିଜୟ ସହ ଶ୍ରୀଲଙ୍କା ୬୦ ପଏଣ୍ଟ ହାସଲ କରିଥିବା ବେଳେ ନ୍ୟୁଜିଲାଣ୍ଡ ହାତ ଖାଲି ରହିଛି।
ଟସ୍‌ଜିତି ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୮୩.୨ ଓଭରରେ ୨୪୯ ରନ କରି ଅଲ୍‌ଆଉଟ ହୋଇଥିଲା। ଜବାବରେ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୯୩.୨ ଓଭରରେ ୨୬୭ ରନ କରି ଅଲଆଉଟ୍‌ ହୋଇ ୧୮ ରନର ଅଗ୍ରଣୀ ହାସଲ କରିଥିଲା। ଏହାପରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ ଆରମ୍ଭ କରି ୧୦୬ ଓଭରରେ ୨୮୫ ରନ କରି ଅଲଆଉଟ ହୋଇଥିଲା। ଫଳରେ ଶ୍ରୀଲଙ୍କା ସମ୍ମୁଖରେ ୨୬୮ ରନର ବିଜୟ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶ୍ରୀଲଙ୍କା ପଞ୍ଚମ ତଥା ଅନ୍ତିମ ଦିବସ ପ୍ରଥମ ସେସେନରେ ୮୬.୧ ଓଭରରେ ୪ ଉଇକେଟ ହରାଇ ୨୬୮ ରନ କରି ବିଜୟ ହାସଲ କରି ନେଇଥିଲା।
ଶନିବାରର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୩୩/୦ରୁ ଖେଳ ଆରମ୍ଭ କରି ଶ୍ରୀଲଙ୍କା ରବିବାର ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ତେବେ ଏଥିପାଇଁ ଶ୍ରୀଲଙ୍କା ୪ ଉଇକେଟ ହରାଇବାକୁ ପଡିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ତଥା ତାରକା ଓପନର ଦିମୁଥ କରୁଣାରତ୍ନେ ୭୧ରୁ ଖେଳ ଆରମ୍ଭ କରି ୧୨୨ ରନ କରି ଆଉଟ ହେବା ପୂର୍ବରୁ ବିଜୟପଥ ପରିଷ୍କାର କରିଥିଲେ। ସେହିପରି ଅନ୍ୟତମ ଓପନର ଲାହିରୁ ଥିରିମାନେ ୫୭ ରନରୁ ଖେଳ ଆରମ୍ଭ କରି ଆଉ ଅଧିକ ୭ ରନ କରି ୬୪ ରନରେ ପ୍ୟାଭିଲିୟନ ଫେରିଥିଲେ। ଓପନିଂ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୧୬୧ ରନର ଶତକୀୟ ଭାଗୀଦାରି ସ୍ଥାପନ କରି ବିଜୟର ମୂଳଦୂଆ ପକାଇଥିଲେ। ଥିରିମାନେ ପ୍ରଥମେ ଆଉଟ ହେବା ପରେ କୁଶଲ ମେଣ୍ଡିସ୍‌ ୧୦ ରନ କରି ଆଉଟ ହୋଇଥିଲେ। ଏହାପରେ କରୁଣାରତ୍ନେ ପ୍ୟାଭିଲିୟନ ଫେରିଥିଲେ। କୁଶଲ ପେରେରା ୨୩ ରନ କରିଥିବା ବେଳେ ଶେଷ ଉଇକେଟ ଭାବେ ଆଉଟ ହୋଇଥିଲେ। ଅଲରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ ୨୮ ଓ ଧନଞ୍ଜୟ ଡିସିଲଭା ୧୪ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଟ୍ରେଣ୍ଟ ବୋଲ୍ଟ, ଟିମ୍‌ ସୌଦି, ଓ୍ବିଲିୟମ ସମରଭିଲେ ଓ ଅଜାଜ ପଟେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୨୪୯ ଅଲଆଉଟ।
ଶ୍ରୀଲଙ୍କା ପ୍ରଥମ ଇନିଂସ- ୨୬୭ ଅଲଆଉଟ।
ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ- ୧୦୬ ଓଭରରେ ୨୮୫ ଅଲଆଉଟ
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ- ୮୬.୧ ଓଭରରେ ୨୬୮/୪
(କରୁଣାରତ୍ନେ- ୧୨୨, ଥିରିମାନେ- ୬୪, ମାଥ୍ୟୁସ- ୨୮*, ପେରେରା- ୨୩, ଡିସିଲଭା- ୧୪*, ବୋଲ୍ଟ- ୧/୩୪, ସୌଦି- ୧/୩୩, ସମରଭିଲେ- ୧/୭୩, ପଟେଲ- ୧/୭୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ବିନା ଖେଳାଯିବ ଚାମ୍ପିଅନ୍ସ ଟ୍ରଫି? ପିସିବିର ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୮।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫କୁ ନେଇ ନଭେମ୍ବର ୨୯ରେ ଆଇସିସିର ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ବିସିସିଆଇ ଏବଂ ପିସିବି ସହିତ ସମସ୍ତ...

ପୁଣି ଡିସେମ୍ବରରେ ହେବ ଅକ୍ସନ, ଏଥର ବେଙ୍ଗାଲୁରୁରେ ଡକାଯିବ ନିଲାମ, ସାମ୍ନାକୁ ଆସିଲା ତାରିଖ…

ନୂଆଦିଲ୍ଲୀ,୨୮।୧୧: ଆଇପିଏଲ୍‌ ୨୦୨୫ ଲାଗି ମେଗା ଅକ୍ସନର ଆୟୋଜନ କରାଯାଇଥିଲା। ଏହି ଅକ୍ସନରେ ଖେଳାଳିଙ୍କ ଉପରେ ରେକର୍ଡ ଟଙ୍କା ବର୍ଷା କରାଯାଇଥିଲା। ଏବେ କ୍ରିକେଟ ପ୍ରଶଂସକ...

୩୦ କୋଟି ରୋଜଗାର କରି ବିଶ୍ୱ ରେକର୍ଡ କଲେ ପନ୍ତ, କୋହଲିଙ୍କୁ ବି ଟପିଗଲେ…

ନୂଆଦିଲ୍ଲୀ,୨୮।୧୧: ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଲାଗି ନଭେମ୍ବର ୨୪ ଏକ ସ୍ମରଣୀୟ ଦିନ। କାରଣ ଏହି ଦିନ ତାଙ୍କ ଉପରେ ଟଙ୍କା ବର୍ଷା ହୋଇଛି...

ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା: ଭୁବନେଶ୍ୱର କିସ୍‌ ଚାମ୍ପିୟନ

ଦିଗପହଣ୍ଡି/ପାଟପୁର,୨୮।୧୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପାଟପୁର ବିଶ୍ୱାସ ରାୟ ବିଜ୍ଞାନ ମହାବିଦ୍ୟାଳୟ ମିନି ଷ୍ଟାଡିୟମରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ...

ହଠାତ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଟିମ୍‌ ଇଣ୍ଡିଆର ଏହି ଖେଳାଳି, ବିରାଟଙ୍କ ସହ ଜିତିଥିଲେ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୮।୧୧: ବର୍ତ୍ତମାନ ଟିମ୍‌ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଏସବୁ ମଧ୍ୟରେ ଟିମ୍‌ ଇଣ୍ଡିଆର ଜଣେ ଖେଳାଳି ସନ୍ନ୍ୟାସ...

ବୁମ୍‌ରାଙ୍କୁ ନେଇ ଅଷ୍ଟ୍ରେଲିଆ ଖେଳାଳିଙ୍କ ମଧ୍ୟରେ ଛନକା, ଟ୍ରାଭିସ ହେଡ୍‌ କହିଲେ…

ଆଡିଲେଡ,୨୮।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ପର୍ଥରେ ଖେଳାଯାଇଥିଲା। ଏଥିରେ ଆୟୋଜକ ଟିମ୍‌କୁ ୨୯୫ ରନ୍‌ରେ ପରାଜିତ ହେବାକୁ ପଡ଼ିଥିଲା। ଅଷ୍ଟ୍ରେଲିଆର ଏହି ହାର୍‌ର ସ୍କ୍ରିପ୍ଟ...

ରାତାରାତି ବଦଳିଗଲା ଏହି କ୍ରିକେଟରଙ୍କ ଭାଗ୍ୟ, ଖରାପ ଫର୍ମ ଯୋଗୁ ରିଲିଜ କରିଥିଲା ପଞ୍ଜାବ, ୫୫ଗୁଣା ଅଧିକ ଟଙ୍କା ଦେଇ କିଣିଲା RCB

ନୂଆଦିଲ୍ଲୀ,୨୮।୧୧: ଆଇପିଏଲ୍‌ ୨୦୨୫ ମେଗା ଅକ୍ସନ ଅନେକ ମାମଲାରେ ସ୍ବତନ୍ତ୍ର ଥିଲା। କାରଣ ଏଥିରେ ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ପାଇଁ ସମସ୍ତ ରେକର୍ଡ ଭାଙ୍ଗିଛି।...

ବିରାଟ କୋହଲିଙ୍କ ମଜାଳିଆ ଜବାବ ଶୁଣି ହସି ପକାଇଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ, ଭିଡିଓ ହେଉଛି ଭାଇରାଲ

କାନବେରା,୨୮।୧୧: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ଗୁରୁବାର କାନବେରାରେ ସଂସଦ ଭବନରେ ଭାରତୀୟ କ୍ରିକେଟ ଦଳ ସହ ସାକ୍ଷାତ୍‌ କରିଥିଲେ। ପର୍ଥ ଟେଷ୍ଟରେ ମ୍ୟାଚ ବିଜୟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri