ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ମଙ୍ଗଳବାର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ପ୍ରଥମେ ସମଲେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପରେ ସେ ମନ୍ଦିର ପରିସରକୁ ଝାଡୁରେ ସଫା କରିଥିଲେ। ଏହି ଅବସରରେ ବରଗଡ଼ ଏମ୍ପି ସୁରେଶ ପୂଜାରୀ, ରେଙ୍ଗାଲି ବିଧାୟକ ନାଉରୀ ନାୟକଙ୍କ ସମେତ ଶତାଧିକ ଭାଜପା କର୍ମକର୍ତ୍ତା ଯୋଗଦେଇଥିଲେ ।
Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର