ପ୍ରଫୁଲ୍ଲ ମଲ୍ଲିକ ୮୧୯୬ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୫ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୩୫,୨୬୬ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୨୭,୦୭୦ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ ପ୍ରାର୍ଥୀ ଭବାନୀ ଶଙ୍କର ମହାପାତ୍ର ୩,୩୪୭ ଖଣ୍ଡ ଭୋଟ ସହ ତୃତୀୟ ସ୍ଥାନରେ ଅଛନ୍ତି। ପ୍ରଫୁଲ୍ଲ ଭାଜପା ପ୍ରାର୍ଥୀଙ୍କ ଠାରୁ ୮୧୯୬ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।