ପ୍ରବାଦ ପୁରୁଷଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ: ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ପ୍ରବାଦ ପୁରୁଷ, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା। ଏହା ଲୋକଙ୍କ ସେବା ପାଇଁ ଆମକୁ ସର୍ବଦା ଅନୁପ୍ରାଣୀତ କରିଆସିଛି। ସେହି ମହାନ୍‌ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକଙ୍କୁ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଥିବା ସେ କହିଛନ୍ତି।

ପ୍ରକାଶ ଯେ, କରୋନାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡ଼ମ୍ବରରେ ପାଳନ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କେବଳ ସାମାଜିକ ଦୂରତା ରକ୍ଷା କରି କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବାକୁ କୁହାଯାଇଥିଲା। ହେଲେ ଜୀବନ ବିନ୍ଦୁ କାର୍ଯ୍ୟ ଜାରି ରଖିବେ ବୋଲି ସ୍ପଷ୍ଟ କରାଯାଇଥିଲା।

Share