ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକମାନେ କୃଷି ଓ କୃଷକଙ୍କ ସମସ୍ୟାକୁ ନେଇ ହଟ୍ଟଗୋଳ ଆରମ୍ଭ କରିଥିଲେ। ବିଧାୟକ ତାରା ପ୍ରସାଦ ବାହିଦୀପତିଙ୍କ ସମେତ ଅନ୍ୟ କଂଗ୍ରେସ ବିଧାୟକମାନେ ବିଚସ୍ପତିଙ୍କ ପୋଡିୟମ୍‌ ନିକଟକୁ ଯାଇ ହୋହଲ୍ଲା କରିବା ସହିତ ବାଚସ୍ପତିଙ୍କ ରୁଲିଂ ଦାବି କରିଥିଲେ। ଫଳରେ ବାଚସ୍ପତି ଗୃହକୁ ସାଢ଼େ ୧୧ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି।

Share