ପ୍ଲାଜମା ଥେରାପି ପାଇଁ ମାକ୍ସ ହସ୍ପିଟାଲ ସ୍ଥାନାନ୍ତର ହେଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ବେଳକୁ ବେଳ ଖରାପ ହେବାରେ ଲାଗିଛି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା। ଶୁକ୍ରବାର ସେ ଅକ୍ସିଜେନ ସପୋର୍ଟରେ ଥିବା ବେଳେ ଏବେ ତାଙ୍କର ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯିବ ବୋଲି ଜଣାପଡିଛି। ଏଥିପାଇଁ ତାଙ୍କୁ ଦିଲ୍ଲୀର ସକେତ ମାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଫୁସ୍‌ଫୁସ୍‌ ସଂକ୍ରମଣ ଯୋଗୁ ପ୍ରଥମେ ତାଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପୋଶାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେ ଭେଣ୍ଟିଲେଟରରେ ଥିଲେ। ସୂଚନାଯୋଗ୍ୟ, ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଜୁନ୍‌ ୧୫ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ଜୁନ୍‌ ୧୭ରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବାରୁ ତାଙ୍କର ଚିକିତ୍ସା ଆରମ୍ଭ କରାଯାଇଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଟୁଇଟ୍‌ କରି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Share