ଫଳକ ଲଗା କାନ୍ଥ ଭୁଶୁଡ଼ିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ମୃତ

ପୁରୁଷୋତ୍ତମପୁର, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଙ୍ଗୁ ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଇଟା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଷଷ୍ଠ ଶ୍ରେଣୀ ଛାତ୍ର ଶ୍ୟାମସୁନ୍ଦର ଦାସ(୧୧) ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିଲେ। ବୁଧବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ବ୍ରହ୍ମପୁର ମେଡିକାଲ ଫାଣ୍ଡି ଅଧିକାରୀ ଜନ୍ମେଜୟ ମଲ୍ଲିକ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତକରିବା ସହ ନଂ. ୩୭୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ କହିଛନ୍ତି। ଏହି ଘଟଣାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ଶ୍ୟାମସୁନ୍ଦର ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ବିଦ୍ୟାଳୟ ପରିସରରେ ନିର୍ମାଣ କରାଯାଇଥିବା ସୂଚନାଫଳକ କାନ୍ଥଟି ଭୁଶୁଡି ପଡିଥଲା। ଏହି କାନ୍ଥ ତଳେ ସେ ଚିପି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସ୍କୁଲ ଶିକ୍ଷକ ତାଙ୍କୁ ଉଦ୍ଧାରକରି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଚିକିତ୍ସା ନିମନ୍ତେ ଶ୍ୟାମସୁନ୍ଦରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri