ଫାଶୀ ଦେଇ ଯୁବତୀଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

ବଡ଼ବିଲ,୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଚଟେଇ ହଣ୍ଟିରେ ଜଣେ ୧୬ ବର୍ଷୀୟ ଯୁବତୀ ଓଢଣିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୋମବାର ରାତିରେ ଏହି ଅଘଟଣ ଘଟିଥିବା ପୋଲିସ କହିଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମଙ୍ଗଳବାର ସକାଳେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇ ତଦନ୍ତ ଚଳାଇଛି।