Posted inଖେଳ

ବକ୍ସର ଅମିତ୍‌ଙ୍କୁ ୧ ନମ୍ବର ମାନ୍ୟତା

ନୂଆଦିଲ୍ଲୀ, ୧୩।୨ (ପି.ଟି.)- ଆସନ୍ତା ମାସରେ ହେବାକୁ ଥିବା ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟ ପୂର୍ବରୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ବକ୍ସିଂ ଟ୍ୟାକ୍ସ ଫୋର୍ସ ଭାରତର ଅମିତ୍‌ ପଙ୍ଘଲଙ୍କୁ ଏକ ନମ୍ବର ମାନ୍ୟତା ପ୍ରଦାନ କରିଛି। ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଅମିତ୍‌ (୫୨ କିଗ୍ରା) ଗତ ଦଶନ୍ଧି ମଧ୍ୟରେ ବିଶ୍ୱରେ ଏହି କାଟାଗୋରୀରେ ଶୀର୍ଷ ସ୍ଥାନ ହାସଲ କରିବାରେ ପ୍ରଥମ ଭାରତୀୟ ବକ୍ସର ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଏଥିପୂର୍ବରୁ ୨୦୦୯ରେ ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜେତା ବିଜେନ୍ଦର ସିଂ ଏହି ସଫଳତା ପାଇଥିଲେ। ମୋଟ୍‌ ୪୨୦ ପଏଣ୍ଟ ସହିତ ୨୪ ବର୍ଷୀୟ ପଙ୍ଘଲ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନରେ ରହିଛନ୍ତି। ‘ଏହା ମୋ ପାଇଁ ବହୁତ ଖୁସିର ଦିନ। ଏବେ ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟରେ ଏହା ମୋତେ ସିଡ୍‌ ପ୍ରଦାନ କରିବ। ବିଶ୍ୱର ଏକ ନମ୍ବର ମାନ୍ୟତା ମୋର ଆତ୍ମ ବିଶ୍ୱାସକୁ ମଧ୍ୟ ବଢ଼ାଇବ’ ବୋଲି ରୋହତକ ଜନ୍ମିତ ପଙ୍ଘଲ କହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଆର୍ଥିକ ପରିଚାଳନାରେ ତ୍ରୁଟି କରିବା କାରଣରୁ ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ (ଏଆଇବିଏ)କୁ ବାସନ୍ଦ କରାଯାଇଛି। ତେଣୁ ଆଇଓସି ଟ୍ୟାକ୍ସ ଫୋସକୁ ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟ ପ୍ରତିଯୋଗିତା ଆୟୋଜନ କରିବାକୁ ଅନୁମତି ପାଇଛି। ଚଳିତ ବର୍ଷ ଶେଷ ଭାଗକୁ ଟୋକିଓ ଅଲିମ୍ପିକ ଅନୁଷ୍ଠିତ ହେବାକୁ ଥିବାରୁ ଆଗାମୀ ଦିନରେ ଏହା ଯୋଗ୍ୟତା ପର୍ଯ୍ୟାୟ ପ୍ରତିଯୋଗିତା ଆଇଓସି ଟ୍ୟାକ୍ସ ଫୋର୍ସ ଆୟୋଜନ କରିବ। ଗତ ପୁରୁଷ ଓ ମହିଳା ବିଶ୍ୱ ଚାମ୍ପିୟନଶିପ୍‌ ପ୍ରଦର୍ଶନକୁ ଆଧାର କରି ର଼୍ୟାଙ୍କିଙ୍ଗ୍‌ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri