ବଡ ବୋଦସା ଗ୍ରାମରେ ଗୋଷ୍ଠୀ ସଂଘର୍ଷ: ୧୧ଜଣଙ୍କ ନାମରେ ମାମଲା ରୁଜୁ

ନୟାଗଡ ଅଫିସ/ଖଣ୍ଡପଡା,୪ା୪(ସ୍ୱ.ପ୍ର):ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନୟାଗଡ ଜିଲା ଖଣ୍ଡପଡା ଥାନାର ବଡବୋଦସା ଗ୍ରାମରେ ଗୁରୁବାର ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ଉଭୟ ପକ୍ଷର ୫ଜଣ ସାମାନ୍ୟ ଆହତ ହୋଇଛନ୍ତି । ଉଭୟଙ୍କ ପକ୍ଷରୁ ଶୁକ୍ରବାର ଖଣ୍ଡପଡା ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ ୧୧ଜଣଙ୍କ ନାଁରେ ମାମଲା ରୁଜୁ କରିଛି । ପ୍ରାପ୍ତ ସୂଚନା ଅନୁସାରେ ବଡବୋଦସା ଗ୍ରାମର ଭଗବାନ ବାରିକଙ୍କ ପରିବାରର ସଦସ୍ୟମାନଙ୍କୁ ସ୍ଥାନୀୟ ଅଞ୍ଚଳର କେତେକ ବ୍ୟକ୍ତି ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ କରିଥିଲେ । ଭଗବାନଙ୍କ ଲିଖିତ ଅଭିଯୋଗକ୍ରମେ ପୋଲିସ ପ୍ରତାପ ଖୁଣ୍ଟିିଆ, କାଠିଆ ଖୁଣ୍ଟିିଆ, ଅନନ୍ତ ଖୁଣ୍ଟିିଆ, ସ୍ୱପ୍ନେଶ୍ୱର ଖୁଣ୍ଟିିଆ, କାର୍ତିକ ପଢିଆରୀ, ସୁମନ୍ତ ପଢିଆରୀ ପ୍ରମୁଖ ୬ଜଣଙ୍କ ନାମରେ ୯୬/୨୦ରେ ମାମଲା ରୁଜୁ କରିଥିଲା । ଅନାମ ଚରଣ ଖୁଣ୍ଟିଆଙ୍କ ପାଲଟା ଅଭିଯୋଗ କ୍ରମେ ପୋଲିସ ଭଗବାନ ବାରିକ, ସନ୍ତୋଷ ବାରିକ, ଲିଟୁ ବାରିକ, ନବେଇ ବାରିକ, ପ୍ରମିଳା ବାରିକ ପ୍ରମୁଖ ୫ଜଣଙ୍କ ନାମରେ ୯୭/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରିଛି । ତେବେ କାହାରିକୁ ଗିରଫ କରି ପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ...

ପମ୍ପ ପୁନଃଉଦ୍ଧାର କାର୍ଯ୍ୟରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ଛତ୍ରପୁର,୧୩ା୪(ଦିଲ୍ଲୀପ ସାମଲ): ନିମ୍ନମାନର କାମ ସହ ଆର୍ଜବେଷ୍ଟ ଉପରେ ସିମେଣ୍ଟ ପକାଇ ସରକାରୀ ଅର୍ଥକୁ ହରିଲୁଟ କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଦେଖିବାକୁ ମିଳିଛି...

ଚାଲାଣ ହେଉଥିଲା ଖଇରକାଠ: ମାଡ଼ି ବସିଲା ବନ ବିଭାଗ

ପଦ୍ମପୁର,୧୩ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବନ ବିଭାଗ ପକ୍ଷରୁ ଏକ ଖଇରକାଠ ବୋଝଇ ବୋଲେରୋ ପିକଅପ(ଓଡି ୩୧ -୬୩୩୬ ) ଜବତ କରାଯାଇଛି। ବୋଲେରୋରେ...

ସମୁଦ୍ରମୁହାଁ ଅଲିଭରିଡଲେ ଶାବକ ଦେଖିଲେ ରାଜ୍ୟପାଳ

ଛତ୍ରପୁର/ଗଞ୍ଜାମ,୧୩ା୪(ସନ୍ତୋଷ ପାଢ଼ୀ/ ବିଦ୍ୟାଧର ସାହୁ): ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସି ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image