Categories: ରାଜ୍ୟ

ବଢ଼ିଲା ଶୀତ, ଆଉ ଦୁଇଦିନ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାଜ୍ୟର ୮ଟି ଜିଲାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୬.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୮.୬, ଝାରସୁଗୁଡା ୮.୬, କେନ୍ଦୁଝର ୯, ସମ୍ବଲପୁର ୯.୫, ଫୁଲବାଣୀ ୮.୫, ଟିଟିଲାଗଡ ୮.୬ ଏବଂ ଦାରିଙ୍ଗ୍‌ବାଡିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟର କେତେକ ସ୍ଥାନରେ ଶୀତ ଲହରି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମଳିଥିବା ସୂଚନାନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୋଳ, କେନ୍ଦୁଝର, ବାଲେଶ୍ୱର ଏବଂ ପୁରୀ ଜିଲାରେ ଶୀତ ଲହରି ଜାରି ରହିବ। ସେହିପରି କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୧୨ ତାରିଖରେ ଅନୁଗୋଳ, ଦେବଗଡ, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଥଣ୍ଡା ପବନ ବହିବ। ଏ ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Share