ବଢ଼ୁଛି ହାତୀ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ବଢ଼ିଚାଲିଛି ବିଦ୍ୟୁତ୍‌ ଓ ରେଳ ଦୁର୍ଘଟଣା ଜନିତ ହାତୀ ମୃତ୍ୟୁ ସଂଖ୍ୟା। ଯୋଜନା ପରେ ଯୋଜନା ହେଉଛି, କିନ୍ତୁ ହାତୀଙ୍କୁ ସୁରକ୍ଷା ଦେବାରେ ଫେଲ୍‌ ମାରୁଛି ବନ ବିଭାଗ। ଏନେଇ ବୁଧବାର ପିସିସିଏଫ୍‌ କାର୍ଯ୍ୟାଳୟରେ ତିନି ବିଭାଗର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବନ ବିଭାଗ ସହ ଶକ୍ତି ବିଭାଗ ଓ ରେଳ ବିଭାଗ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନା କରିଥିଲେ। ହାତୀ ଚଳପ୍ରଚଳ ଅଞ୍ଚଳରେ ଟ୍ରେନ୍‌ ଲାଇନ୍‌ରେ ଅଣ୍ଡର ପାସ୍‌ କରିବାକୁ ବନ ବିଭାଗକୁ ପ୍ରସ୍ତାବ ଦେଇଛି ରେଳ ବିଭାଗ। ଉତ୍ତମ ସମନ୍ବୟ ରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ରେଲଓ୍ବେ କର୍ମଚାରୀଙ୍କୁ ନେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମଧ୍ୟ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଗତ ଆଠ ବର୍ଷରେ ରାଜ୍ୟର ବିଭିନ୍ନ ସ୍ଥାନରେ ଟ୍ରେନ୍‌ ଧକ୍କାରେ ୨୪ ହାତୀଙ୍କ ମୃତ୍ୟୁ ହୋଇଛି। ତେଣୁ ଏହି ମୃତ୍ୟୁ ସଂଖ୍ୟା କମ୍‌ କରିବାକୁ ବୈଠକରେ ଆଲୋଚନା ହୋଇଛି। ଅନ୍ୟପକ୍ଷରେ ହାତୀ ଚଳପ୍ରଚଳ ସମୟରେ ଟ୍ରେନ୍‌ ବେଗ କମ୍‌ କରିବାକୁ ବନ ବିଭାଗର ନିର୍ଦ୍ଦେଶ ରହିଛି। ଘଣ୍ଟାପ୍ରତି ଟ୍ରେନ୍‌ର ବେଗ ପ୍ରାୟ ୪୦/୫୦ କିଲୋମିଟରରୁ କମ୍‌ ରଖିବାକୁ ବନ ବିଭାଗର ନିର୍ଦ୍ଦେଶ ରେଳ ବିଭାଗର ଚିନ୍ତା ବଢ଼ାଇ ଦେଇଛି। କାରଣ ଧୀରେ ଧୀରେ ଟ୍ରେନ୍‌ ଯିବା ଦ୍ୱାରା ସମୟ ବରବାଦ୍‌ ହେଉଛି। ପାସେଞ୍ଜର ଓ ମାଲବାହୀ ଟ୍ରେନ୍‌ କମ୍‌ ଦୂରତ୍ୱକୁ ଅଧିକ ସମୟରେ ଅତିକ୍ରମ କରୁଛି। ଏହା ଅନେକ ସମୟରେ ସମସ୍ୟା ଉପୁଜାଉଛି।
୨୦୧୮ ଅକ୍ଟୋବର ୨୬ରେ ଢେଙ୍କାନାଳ ଜିଲା କମଳାଙ୍ଗ ଅଞ୍ଚଳରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୭ ହାତୀଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ଜରୁରୀ ବୈଠକ ଡାକି ୨୦୧୮ ଡିସେମ୍ବର ସୁଦ୍ଧା ହାତୀ ଚଳପ୍ରଚଳ ରାସ୍ତାରେ ଝୁଲି ରହିଥିବା ତାରକୁ ଉପରକୁ ଉଠାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ୨୦୧୮ ଶେଷ ହୋଇ ୨୦୧୯ ସରିବାକୁ ବସିଲାଣି, କିନ୍ତୁ ଅନେକ ସ୍ଥାନରେ ଏବେ ବି ତାର ଝୁଲି ରହିଛି। ଯାହା ହାତୀଙ୍କ ପାଇଁ ମରଣଯନ୍ତା ପାଲଟିଛି। ବର୍ତ୍ତମାନ ସୁଦ୍ଧା ମାତ୍ର ୩୦ରୁ ୪୦% କାମ ଶେଷ ହୋଇଥିବାରୁ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଅର୍ଥର ଅଭାବ ସାଙ୍ଗକୁ ‘ଫନୀ’ ବାତ୍ୟା ଦ୍ୱାରା କାମ ପ୍ରଭାବିତ ହୋଇଥିବା ଶକ୍ତି ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଆସନ୍ତା ୨୦୨୦ ଶେଷ ସୁଦ୍ଧା ଏହି କାମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ପିସିସିଏଫ୍‌(ବନ୍ୟପ୍ରାଣୀ) ହରିଶଙ୍କର ଉପାଧ୍ୟାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri