Categories: ଜାତୀୟ

ବଢିବ କି ଲକ୍‌ଡାଉନ୍‌… ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅମିତ ଶାହ

ନୂଆଦିଲ୍ଲୀ,୨୯।୫: କରୋନା ଯୋଗୁ ଦେଶରେ ଲାଗୁ କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ମେ ୩୧ରେ ଶେଷ ହେବ। ଆଗକୁ ଏହା ବୃଦ୍ଧି କରାଯିବ କି ନାହିଁ ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏ ବିଷୟରେ ଆଲୋଚନା କରିବା ପାଇଁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ବୈଠକ ପୂର୍ବରୁ ଗୁରୁବାର ସାରେ ଶାହ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଫୋନ ଯୋଗେ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ,ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ ଆଉ ଦୁଇ ସପ୍ତାହ ଲକଡାଉନ ବୃଦ୍ଧି କରିବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି।

Share