Categories: ରାୟଗଡା

ବଣ୍ଡାଘାଟିରେ ଓଲଟିଲା କମାଣ୍ଡର ୨ ମୃତ ୪ ଗୁରୁତର

ମାଲକାନଗିରି-୧oା୬ (ସ୍ବ.ପ୍ର.)-ମାଲକାନଗିରି ଜିଲା ଖଇରପୁଟ ବଣ୍ଡାଘାଟିରେ ଏକ କମାଣ୍ଡର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି ସୋମବାର ଅପରାହ୍ନ ୫ଟାରେ ଏକ କମାଣ୍ଡର ଖଇରପୁଟରୁ ଯାତ୍ରୀଙ୍କୁ ନେଇ ବଣ୍ଡାଘାଟିର ମୁଦୁଲିପଡା ଅଭିମୁଖେ ଯାଉଥିଲା। ମାଙ୍କଡ଼ଝୋଲା ନିକଟରେ ଘାଟି ଚଢୁଥିବା ସମୟରେ ହଠାତ କମାଣ୍ଡରଟି ବ୍ରେକଫେଲ ହୋଇ ଯାଇଥିଲା। ଫଳରେ କମାଣ୍ଡରଟି ଭାରସାମ୍ୟ ହରାଇ ଘାଟି ତଳକୁ ଓଲଟି ପଡିଥିଲା। ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକ ପହଞ୍ଚତ୍ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରି ଖଇରପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ସେଠାରେ ଡାକ୍ତର ଆଉ ଜଣକୁ ମୃତ୍ୟୁ ଘୋଷଣା କରିଥିଲେ। ଘଟଣା ସ୍ଥଳରେ ମୁଦୁଲିପଡା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।