ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସରିବା ପରେ ଠାକୁରଙ୍କ ମହାସ୍ନାନ କରାଯିବ। ଏହାପରେ ପୁଣି ଭକ୍ତମାନେ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାରକୁ ବନକଲାଗି କୁହାଯାଇଥାଏ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତି କରିଥାନ୍ତି।

Share