ବନ୍ତରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି

ବନ୍ତ,୨୮।୪(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି କରାଯାଇଛି। ଚାରିଗାଁ ଗ୍ରାମରେ ସମ୍ପୃକ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଉକ୍ତ ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ସକାଳେ ବିଡିଓ ରେବେକା ବିଲୁଙ୍ଗ, ଅତିରିକ୍ତ ତହସିଲଦାର ବନିତାରାଣୀ କିସ୍କୁ, ଆଗରପଡ଼ା ଥାନାଧିକାରୀ ସୁକାନ୍ତୀ କେରେଇ, ସହକାରୀ ଯନ୍ତ୍ରୀ ବଳରାମ ମହାନ୍ତି, ବ୍ଲକ ଯୋଗାଣ ଅଧିକାରୀ ଅଶୋକ କୁମାର ବେହେରା, ସରପଞ୍ଚ ବନମାଳୀ ବେହେରା ପ୍ରମୁଖ ଉକ୍ତ ଗ୍ରାମରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଥିଲେ। ଗ୍ରାମର ସମସ୍ତ ପ୍ରବେଶ ପଥ ସମେତ ଦୋକାନ ବଜାରକୁ ବନ୍ଦ କରିଦିଆଯାଇଛି। ଜିଲା ପ୍ରଶାସନଠାରୁ ନିର୍ଦ୍ଦେଶ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅତିରିକ୍ତ ତହସିଲଦାର ବନିତାରାଣୀ କିସ୍କୁ କହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତର କୋଲକାତା ଲିଙ୍କ୍‌ ଥିବା ଜଣାଯାଇଛି। ସେ କୋଲକାତାର ଏକ ପ୍ଲାଷ୍ଟିକ୍‌ କମ୍ପାନୀରେ କାର୍ଯ୍ୟ କରୁଥିବା ବେଳେ ଗତ ମାର୍ଚ୍ଚ ୨୭ରେ ଘରକୁ ଫେରି କ୍ୱାରେଣ୍ଟାଇନ୍‌ରେ ଥିବା ସୂଚନା ମିଳିଛି।

Share