‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା

ଭୁବନେଶ୍ୱର,୭ା୬(ବ୍ୟୁରୋ): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏହି ଗୋଟିଏ ମାତ୍ର ପ୍ରସ୍ତାବକୁ ପାରିତ କରାଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍‌ ଏନେଇ ସୂଚନା ଦେଇଛନ୍ତି।

Share