ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭସ୍ତମ୍ଭ, ଜୀରାନଦୀ ହେବ ଯମୁନା

ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ବ୍ୟାପୀ ଏହି ଅବଧି ମଧ୍ୟରେ ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ସେହିପରି ବରଗଡ଼ ଓ ଅମ୍ବାପାଲି ମଧ୍ୟରେ ବହି ଯାଇଥିବା ଜୀରାନଦୀ ହେବ ଯମୁନା। ତେବେ ଏହି ମହୋତ୍ସବ ଯେତିକି ପାଖେଇ ଆସୁଛି, ଅଞ୍ଚଳବାସୀଙ୍କ ମଧ୍ୟରେ ସେତିକି ଉତ୍ସାହ ଉଦ୍ଦୀପନା ପରିଲକ୍ଷିତ ହେଉଛି।
ବୁଧବାର ସନ୍ଧ୍ୟା ୬ଟା ୩୦ରେ ପରମ୍ପରା ଅନୁଯାୟୀ, ବରଗଡ଼ ହାଟପଦା ସଞ୍ଚାର ମଣ୍ଡଳୀରେ ଧନୁଯାତ୍ରା ମହୋତ୍ସବର ଶୁଭସ୍ତମ୍ଭ ସ୍ଥାପିତ ହୋଇଛି। ଏହି ଅବସରରେ ଅପରାହ୍ନ ୫ଟାରେ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା ହୋଇଥିଲା। ପୂଜାର୍ଚ୍ଚନା ପରେ ଅପରାହ୍ନ ୫ଟା.୩୦ମିନିଟ୍‌ରେ ସମଲେଶ୍ୱରୀ ମନ୍ଦିରରୁ ହାଟପଦା ସଞ୍ଚାର ମଣ୍ଡଳୀ ଅଭିମୁଖେ ବର୍ଣ୍ଣାଢ୍ୟ ଶୋଭାଯାତ୍ରା ବାହାରିଥିଲା। ସନ୍ଧ୍ୟା ୬ଟା ୩୦ରେ ଶୋଭାଯାତ୍ରା ହାଟପଦା ସଞ୍ଚାର ମଣ୍ଡଳୀ ପହଞ୍ଚିବା ପରେ ପୂଜାର୍ଚ୍ଚନା ସହିତ ସେଠାରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା।

ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ଆଦିତ୍ୟ ଗୋୟଲ, ଉପସଭାପତି ତଥା ଏସ୍‌ପି ପି.ଏସ୍‌ ମୀନା କର୍ତ୍ତା କାର୍ଯ୍ୟ ନିର୍ବାହ କରିଥିଲେ। ଧନୁଯାତ୍ରାର ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, କଂସ ଅଭିନେତା ଭୁବନେଶ୍ୱର ପ୍ରଧାନଙ୍କ ସମେତ ଅନ୍ୟ କଳାକାରବୃନ୍ଦ ଏବଂ ସମିତିର କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ...

କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା...

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ...

ବିଜେଡିକୁ ଝଟ୍‌କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ।...

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri