ବରାଳପୋଖରୀରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ଭଦ୍ରକ ଅଫିସ,୨୧।୧: ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଗାଁ ୨ ନମ୍ବର ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବନ୍ଦନା ବାରିକଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ରାତିରେ ଗୁହାଳରେ ଅଗ୍ନିକାଣ୍ଡ ଘଟି ଘରକୁ ବ୍ୟାପୀ ଥିଲା। ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଗୋରୁଙ୍କୁ ଦିଆଯାଇଥିବା ଧୂଆଁରୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।