ବରୁଣେଇରେ ଧର୍ମେନ୍ଦ୍ର, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କଲେ

ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ସନ୍ଧ୍ୟାରେ ରାଷ୍ଟ୍ରପତି ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ରବିବାର ପୂର୍ବାହ୍ନରେ ଖୋର୍ଦ୍ଧା ଗସ୍ତ କରି ବରୁଣେଇ ପାହାଡ଼ସ୍ଥଳରେ ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡ଼ିଛି।

Share