ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ଖଣ୍ଡପଡ଼ା,୨୪ା୬(ସ୍ବ.ପ୍ର.): ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ୨ୟ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଖଣ୍ଡପଡ଼ା ପଠାଣି ସାମନ୍ତ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଇତିଶ୍ରୀ ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍‌ଏସି କର୍ମଚାରୀ ଓ ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ସହରର ବର୍ଜ୍ୟବସ୍ତୁ ପରିବେଶ ପ୍ରତି ବିପଦର କାରଣ ପାଲଟିଥିବାବେଳେ ଏହାର ସୁପରିଚାଳନା ସମସ୍ତଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ହେବା ଜରୁରୀ ବୋଲି ନିର୍ବାହୀ ଅଧିକାରିଣୀ ଷଡ଼ଙ୍ଗୀ ପରାମର୍ଶ ଦେଇଥିଲେ। ସହରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଏ ଅବସରରେ ସମସ୍ତେ ଶପଥ ନେଇଥିଲେ। ଡଷ୍ଟବିନ୍‌ରେ ନିୟମିତ ଅଳିଆ ଓ ଆବର୍ଜନା ପକାଇବା, ପଲିଥିନ୍‌ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ସମସ୍ତେ ଯନତ୍ବାନ ହେବାକୁ ପରାମର୍ଶ ଦିଆଯାଇଥିଲା। ଏହି ଅବସରରେ ପ୍ରଶିକ୍ଷଣ ନେଇଥିବା ଏନ୍‌ଏସି ଓ ସଫେଇ କର୍ମଚାରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏନ୍‌ଏସି ଗୋଷ୍ଠୀ ସଂଗଠିକା ଇନ୍ଦୁମତୀ ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ...

ମୁର୍ଶିଦାବାଦ ହିଂସା ପାଇଁ ମୋଦି, ଯୋଗୀ, ଶାହା ଦାୟୀ: ଟିଏମସି ବିଧାୟକ

ଚେନ୍ନାଇ,୧୩।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ନୂତନ ୱାକଫ ଆଇନ ବିରୋଧରେ ବଡ଼ ଧରଣର ହିଂସା ଘଟିଛି। ଯେଉଁଥିରେ ୩ ଜଣ ପ୍ରାଣ ହରାଇଥିଲା ବେଳେ ଅନେକ ଆହତ...

ଜଣାପଡ଼ିଲା କେଉଁ ଫୋନ ବ୍ୟବହାର କରୁଛନ୍ତି ବିରାଟ କୋହଲି, ଜାଣନ୍ତୁ ଏହାର ମୂଲ୍ୟ

ନୂଆଦିଲ୍ଲୀ,୧୩।୪: ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ଖେଳାଳି ବିରାଟ କୋହଲି କେବଳ ତାଙ୍କର ଚମତ୍କାର ଖେଳ ପାଇଁ ନୁହେଁ ବରଂ ତାଙ୍କର ଜୀବନଶୈଳୀ ଏବଂ ଗ୍ୟାଜେଟ...

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି...

ଶ୍ରମିକଙ୍କୁ ଲେବର କାର୍ଡ ବଣ୍ଟନ କଲେ ବିଧାୟକ, ଏଣିକି ମିଳିବ ଏସବୁ ସୁବିଧା

କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନରୁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ବ୍ୟକ୍ତି ସେମାନେ ଲେବର କାର୍ଡ ପାଇବାରୁ ବଞ୍ଚିତ ହୋଇଥିଲେ। ଯାହା ଫଳରେ...

NIA କଷ୍ଟଡିରେ କେମିତି କଟୁଛି ରାଣାଙ୍କ ଦିନ? କରୁଛନ୍ତି ମାତ୍ର ୩ଟି ଜିନିଷ ଡିମାଣ୍ଡ

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ଜାତୀୟ ତଦନ୍ତ ସଂସ୍ଥା (NIA) ର ହେପାଜତରେ ତହଉର ରାଣା କିପରି ଦିନ ବିତାଉଛନ୍ତି, ଏହା ଏପରି ଏକ ପ୍ରଶ୍ନ ଯାହା ଉପରେ...

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ମୃତ

ଅମରାବତି,୧୩।୪: ଆନ୍ଧ୍ରପ୍ରଦେଶର ଆନାକାପାଲି ଜିଲାରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ ଲୋକମାନେ ଏହାକୁ ଅନେକ କିଲୋମିଟର...

‘ରିୟଲ ଟାଇମ ଆକ୍ସନ ଫିଲ୍ମ ଦେଖିବାକୁ ଭଲ ପାଆନ୍ତି ମମତା’, କାହିଁକି ଏମିତି କହିଲେ ଅନିଲ

କୋଲକାତା,୧୩।୪: ପଶ୍ଚିମବଙ୍ଗରେ ୱକଫ ଆଇନ ବିରୋଧରେ ହେଉଥିବା ପ୍ରତିବାଦ ଉପରେ ପ୍ରତିକ୍ରିୟା ଦେଇ ହରିୟାଣା କ୍ୟାବିନେଟ ମନ୍ତ୍ରୀ ଅନିଲ ବିଜ ଏଥିପାଇଁ ସେଠାକାର ସରକାରଙ୍କ ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image