ବର୍ଷା, କୁହୁଡ଼ି: ୟେଲୋଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଶୀତର ପ୍ରକୋପ ନାହିଁ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ହୋଇଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ଶୀତ କମି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ କୁହୁଡି ହେବାର ସମ୍ଭାବନା ରହିଛି। ଉତ୍ତର ଓଡିଶା ସମେତ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ସୋନପୁର, ବୌଦ୍ଧ ଏବଂ ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଏବଂ ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ମଧ୍ୟ ଘଡଘଡି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଉକ୍ତ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

Share